୨ କାର ମୁହାଁମୁହିଁ ଧକ୍କା: ଚାଲିଗଲା ଉଭଣୀଭାଇଙ୍କ ଜୀବନ

ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଅପରାହ୍ନରେ ଦୁଃଖଦ ଦୁର୍ଘଟଣାରେ ୨ ଭଉଣୀଭାଇଙ୍କ ଜୀବନ ଯାଇଛି। ଏଥିରେ ଅନ୍ୟ ୬ଜଣ ଗୁରୁତର ହୋଇଛନ୍ତି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏକ କାର୍‌ (ଓଡ଼ି ୦୨ ଆର୍‌ ୨୯୪୪) ପିତିରିରୁ ପାଲଲହଡ଼ା ଅଭିମୁଖେ ଯାଉଥିବାବେଳେ ବିପରୀତ ପାର୍ଶ୍ୱରୁ ଆସୁଥିବା ଅନ୍ୟ ଏକ କାର୍‌ (ଓଆର୍‌ ୦୭ ଆର୍‌ ୩୦୩୦) ସହ ମୁହଁାମୁହିଁ ଧକ୍କା ହୋଇଥିଲା। ଏଥିରେ ପାଲଲହଡ଼ା ଅଭିମୁଖେ ଯାଉଥିବା କାର୍‌ଟି ରାସ୍ତା ତଳକୁ ଖସିପଡ଼ିଥିଲା। ଗାଡ଼ିରେ ବସିଥିବା ମିତାଲି ନାହାକ (୮), ନିଖିଳ ନାହାକ (୬)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ବାପା ଶିବଶଙ୍କର ନାହାକ (୩୮), ମା’ ଇତାରାନି ନାହାକ (୨୬), ସମ୍ପର୍କୀୟ ଲକ୍ଷ୍ମଣ ସାହୁ (୩୩) ଏବଂ ଡ୍ରାଇଭର ଗୁରୁତର ହୋଇଛନ୍ତି। ଏମାନେ ସମସ୍ତେ ଗଞ୍ଜାମ ଜିଲା। ସେହିପରି ଅନ୍ୟଗାଡ଼ିରେ ବସିଥିବା ଅନୁଗୋଳ ଜିଲା ବଳରାମପ୍ରସାଦର ସର୍ବେଶ୍ୱର ମହାନ୍ତି, ନଟବର ମହାନ୍ତି ଆହତ ହୋଇଛନ୍ତି। ଉଭୟେ ନାଲ୍‌କୋ କର୍ମଚାରୀ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଦଦରାଘାଟି ଫାଣ୍ଡି ଅଧିକାରୀ ସମରଜିତ ନାୟକ, ପରଜଙ୍ଗ ବ୍ଲକ ଯୁବ ବିଜେଡି ସଭାପତି ସୁବ୍ରତ ଦାସ ପ୍ରମୁଖ ପହଞ୍ଚତ୍ ସମସ୍ତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ ମଣ୍ଡାପାଳ ଡାକ୍ତରଖାନାକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri