କୋଭିଡ୍‌ ହସ୍ପିଟାଲରେ ମଦ ପିଇଲେ କରୋନା ଆକ୍ରାନ୍ତ ଅଭିଯୁକ୍ତ

ରାଞ୍ଚି, ୨୩।୮: ଝାଡ଼ଖଣ୍ଡର ଧାନବାଦ ଜିଲାରେ କରୋନା ଆକ୍ରାନ୍ତ ହୋଇଥିବା ଜଣେ ଅଭିଯୁକ୍ତ କୋଭିଡ୍‌ ହସ୍ପିଟାଲ ଭିତରେ ମଦ ପିଉଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଫଟୋରେ ଦେଖିବାକୁ ମିଳିଛି ଯେ, ଯୁବକଜଣଙ୍କ ସାମ୍ନାରେ ଗୋଟିଏ ଟେବୁଲ ଉପରେ ଖାଇବା ରଖାଯାଇଛି। ଯୁବକଜଣଙ୍କ ଏହି ସମୟରେ ମଦ ବୋତଲ ଧରିଛନ୍ତି। ଏଥିସହ ନିଶାରେ ଯୁବକଜଣଙ୍କ ନିଜେ ନିଜର ଫଟୋକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଘଟଣା ଜଣାପଡ଼ିବା ପରେ ଯୁବକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାରୁ ଜଣାପଡ଼ିଛି ଯେ, ଏହି ଯୁବକ ଜଣଙ୍କ ମାରପିଟ୍‌, ନିର୍ଯାତନା ମାମଲାରେ କିଛିଦିନ ତଳେ ଗିରଫ ହୋଇଥିଲା। ଗିରଫ ପରେ ଯେତେବେଳେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା ରିପୋର୍ଟ ନେଗେଟିଭ ଆସିଥିଲା। ଏହାପରେ ତାଙ୍କୁ ଜିଲା କୋଭିଡ୍‌ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଯୁବକଜଣଙ୍କ ହସ୍ପିଟାଲ ପରିସରରେ ମଦ ପିଇ ଏବେ ଚର୍ଚ୍ଚାକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri