Posted inଖେଳ

ସିପିଏଲ୍‌ରେ ସର୍ବନିମ୍ନ ବିଜୟ ଲକ୍ଷ୍ୟ

ଟାରୋବା (ଓ୍ବେଷ୍ଟଇଣ୍ଡିଜ), ୨୪ା୮ (ପି.ଟି.)-ଗୁୟାନା ଆମାଜନ ଓ୍ବାରିୟର୍ସ କ୍ୟାରିବିୟନ ପ୍ରିମିୟର ଲିଗ୍‌ (ସିପିଏଲ୍‌) ଇତିହାସରେ ସବୁଠାରୁ କମ୍‌ ରନ୍‌ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ ହେଁ ଜାମାଇକା ତଲାଓ୍ବାସ୍‌ ବିପକ୍ଷରେ ୧୪ରନରେ ବିଜୟ ହାସଲ କରିଛି। ବ୍ରେଣ୍ଡନ କିଙ୍ଗ୍‌ (୨୯ରନ) ଓ ଚନ୍ଦ୍ରପଲ୍‌ ହେମରାଜ (୨୧ରନ) ଓପନିଂ ପାର୍ଟନରଶିପ୍‌ରେ ୫.୪ ଓଭରରେ ୫୬ ରନ ଯୋଗ କରି ପ୍ରଥମେ ବ୍ୟାଟିଂ କରିଥିବା ଓ୍ବାରିୟର୍ସକୁ ଭଲ ଆରମ୍ଭ ଦେଇଥିଲେ। ମାତ୍ର ପରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଓ୍ବାରିୟର୍ସ ୧୯.୧ ଓଭରରେ ୧୧୮ରନ କରି ଅଲଆଉଟ ହୋଇଯାଇଥିଲା। ତଲାଓ୍ବାସ ତରଫରୁ ମୁଜିବୁର ରହମନ ଓ କାର୍ଲୋସ ବ୍ରାଥଓ୍ବେଟ୍‌ ତିନୋଟି ଲେଖାଏଁ ଉଇକେଟ କରିଥିବାବେଳେ ସନ୍ଦୀପ ଲାମିଚାନେ ୨ ଉଇକେଟ ସଫଳତା ପାଇଥିଲେ। ୧୧୯ ରନର ବିଜୟ ଲକ୍ଷ୍ୟ ପିଛା କରିବାକୁ ଯାଇ ତଲଓ୍ବାସ୍‌ର ଦୁଇ ଓପନର କୌଣସି ରନ ସଂଗ୍ରହ ନ କରି ପ୍ୟାଭିଲିୟନ ଫେରିଥିଲେ। ୧୩ତମ ଓଭର ବେଳକୁ ମାତ୍ର ୪୮ରନରେ ବ୍ୟାଟିଂ ଲାଇନ୍‌ ଅପ୍‌ର ଅଧା ବ୍ୟାଟ୍ସମ୍ୟାନ ଆଉଟ ହୋଇଯାଇଥିଲେ। ଆନ୍ଦ୍ରେ ରସେଲ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ ହେଁ ଦଳକୁ ଜିତାଇପାରି ନ ଥିଲେ। ସେ ୪ ଚୌକା ଓ ୫ ଛକା ସହିତ ୩୭ ବଲ୍‌ରେ ୫୨ରନ କରି ଅପରାଜିତ ରହିଥିଲେ। ତଲାଓ୍ବାସ ଦଳ ୨୦ ଓଭରରେ ୭ ଉଇକେଟ ବିନିମୟରେ ୧୦୪ ରନ କରିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri