ରାସ୍ତା ମଝିରେ କରୋନା ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ପଦ୍ମପୁର, ୨୪ା୮(ଡି.ଏନ୍‌.ଏ.)-କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ ଏହି ଘଟଣା ଘଟିଛି। ଏହାକୁ ସ୍ଥାନୀୟ ଲୋକେ ବିରୋଧ କରି ଆକ୍ରାନ୍ତଙ୍କୁ କୋଭିଡ୍‌ ହସ୍ପିଟାଲକୁ ନେବା ପାଇଁ ଜିଦ୍‌ ଧରି ରୋଗୀଙ୍କୁ ଶୁଆଇ ରାସ୍ତା ଅବରୋଧ କରିଥିଲେ। ଫଳରେ ବାସୁଦେବପୁର-ଧାମରା ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଥିଲା। ଖବର ପାଇ ନାୟିକାଣିଡିହୀ ଥାନାଧିକାରୀ ଉମାଶଙ୍କର ନାୟକ ପୋଲିସ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଏକ ଘଣ୍ଟା ପରେ ଯାନବାହାନ ଚଳାଚଳ ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ମହିଳା ଜଣକ କଟକର ଏକ ହସ୍ପିଟାଲରେ ଗତ ୧୫ ଦିନ ହେଲା ଚିକତ୍ସିିତ ହେଉଥିଲେ। କରୋନା ପରୀକ୍ଷାରୁ ପିଜିଟିଭ୍‌ ରିପୋର୍ଟ ଆସିବା ପରେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ଘରକୁ ପଠାଇ ଦେଇଥିଲେ। ସୋମବାର ମଧ୍ୟାହ୍ନରେ ଉକ୍ତ ମହିଳାଙ୍କୁ ଆଣିଥିବା ଘରୋଇ ଆମ୍ବୁଲାନ୍ସଟି ବାଲିମୁଣ୍ଡା ବଜାରରେ ଛାଡ଼ି ପଳାଇ ଯାଇଥିଲା। ମହିଳା ଜଣକ ସେଠାରେ ୪ ଘଣ୍ଟା ଧରି ପଡ଼ି ରହିଥିଲେ ମଧ୍ୟ ତାଙ୍କୁ କୌଣସି ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇ ନ ଥିଲା। ଏସଂକ୍ରାନ୍ତରେ ବାସୁଦେବପୁର ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କୁ ପଚାରିବାରୁ ଆକ୍ରାନ୍ତଙ୍କୁ ଭଦ୍ରକ ସାଳନ୍ଦୀ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରିବେ ବୋଲି କହିଛନ୍ତି। ରିପୋର୍ଟ ଲେଖା ବେଳକୁ ଆକ୍ରାନ୍ତ ମହିଳା ବାଲିମୁଣ୍ଡା ହାଟଚାଳୀରେ ଅବହେଳିତ ଅବସ୍ଥାରେ ପଡ଼ି ରହିଥିଲେ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri