ମୁନିଗାଡ଼ି, ଗହଙ୍ଗୁ ଗ୍ରାମ କଣ୍ଟେନମେଣ୍ଟ ଜୋନ୍

ଆସିକା,୨୪ା୮(ଡି.ଏନ୍‌.ଏ.)-କରୋନା ଆକ୍ରାନ୍ତ ଚିହ୍ନଟ ପରେ ଆସିକା ବ୍ଲକ ମୁନିଗାଡ଼ି ପଞ୍ଚାୟତର ମୁନିଗାଡ଼ି ଓ ଗହଙ୍ଗୁ ପଞ୍ଚାୟତର ଗହଙ୍ଗୁ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଛି। ସେହିପରି ମୁନିଗାଡି ପଞ୍ଚାୟତର ସିଙ୍ଗିପୁର ଓ ବନ୍ଥପଲ୍ଲୀ ଏବଂ ଗହଙ୍ଗୁ ପଞ୍ଚାୟତର ଫାପଲପୁର ଓ ଦାନଚନ୍ଦନପେଢି ଗ୍ରାମକୁ ବଫର ଜୋନ୍‌ ଭାବେ ଘୋଷଣା କରାଯାଇଛି ା ରବିବାର ରାତିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ସୋମବାର ବ୍ଲକ ପ୍ରଶାସନ ପକ୍ଷରୁ ସଂପୃକ୍ତ ଗ୍ରାମାଞ୍ଚଳରେ ଏହାକୁ କାର୍ଯ୍ୟକାରୀ କରାଯାଇଥିବା ବିଡିଓ ରୋଶନ ଶତପଥୀ ସୂଚନା ଦେଇଛନ୍ତି ା ଆସିକା ଅତିରିକ୍ତ ତହସିଲଦାର ଆଶୁତୋଷ ଗୌରବକରଙ୍କୁ କଣ୍ଟେନମେଣ୍ଟ ଓ ବଫରଜୋନ ଦାୟିତ୍ୱ ସହ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବେ ଅବସ୍ଥାପିତ କରାଯାଇଛି ା ଗତ କିଛିଦିନ ମଧ୍ୟରେ ମୁନିଗାଡି ଗ୍ରାମରେ ୪ ଓ ଗହଙ୍ଗୁ ଗ୍ରାମରେ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଅଧିକ ସଂକ୍ରମଣ ରୋକିବାକୁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri