ପଦ୍ମପୁର, ୨୫ା୮(ଡି.ଏନ୍.ଏ.)- କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ ଏହି ଘଟଣା ଘଟିଛି। ଏହାକୁ ସ୍ଥାନୀୟ ଲୋକେ ବିରୋଧ କରି ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ନେବା ପାଇଁ ଜିଦ୍ ଧରି ରୋଗୀଙ୍କୁ ଶୁଆଇ ରାସ୍ତା ଅବରୋଧ କରିଥିଲେ। ଫଳରେ ବାସୁଦେବପୁର-ଧାମରା ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଥିଲା। ଖବର ପାଇ ନାୟିକାଣିଡିହୀ ଥାନାଧିକାରୀ ଉମାଶଙ୍କର ନାୟକ ପୋଲିସ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଏକ ଘଣ୍ଟା ପରେ ଯାନବାହାନ ଚଳାଚଳ ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ମହିଳା ଜଣକ କଟକର ଏକ ହସ୍ପିଟାଲରେ ଗତ ୧୫ ଦିନ ହେଲା ଚିକତ୍ସିିତ ହେଉଥିଲେ। କରୋନା ପରୀକ୍ଷାରୁ ପିଜିଟିଭ୍ ରିପୋର୍ଟ ଆସିବା ପରେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ଘରକୁ ପଠାଇ ଦେଇଥିଲେ। ସୋମବାର ମଧ୍ୟାହ୍ନରେ ଉକ୍ତ ମହିଳାଙ୍କୁ ଆଣିଥିବା ଘରୋଇ ଆମ୍ବୁଲାନ୍ସଟି ବାଲିମୁଣ୍ଡା ବଜାରରେ ଛାଡ଼ି ପଳାଇ ଯାଇଥିଲା। ମହିଳା ଜଣକ ସେଠାରେ ୪ ଘଣ୍ଟା ଧରି ପଡ଼ି ରହିଥିଲେ ମଧ୍ୟ ତାଙ୍କୁ କୌଣସି ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇ ନ ଥିଲା। ଏସଂକ୍ରାନ୍ତରେ ବାସୁଦେବପୁର ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କୁ ପଚାରିବାରୁ ଆକ୍ରାନ୍ତଙ୍କୁ ଭଦ୍ରକ ସାଳନ୍ଦୀ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରିବେ ବୋଲି କହିଛନ୍ତି। ରିପୋର୍ଟ ଲେଖା ବେଳକୁ ଆକ୍ରାନ୍ତ ମହିଳା ବାଲିମୁଣ୍ଡା ହାଟଚାଳୀରେ ଅବହେଳିତ ଅବସ୍ଥାରେ ପଡ଼ି ରହିଥିଲେ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି।
୧୧ ବିମାନବନ୍ଦର ଲିଜ୍ରେ ନେବ ଆଦାନୀ
ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍ ୧୧ଟି ଏୟାରପୋର୍ଟ ପାଇଁ...
ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା
ଭୁବନେଶ୍ୱର,୨୧ା୧୨(ସୁନିତ୍ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...
ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି
ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...
‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…
ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...
୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର
ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...
କେବଳ ବାହାନା
ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଆଣ୍ଡ୍ ଆଜୀବିକା ମିଶନ ବିଲ୍, ୨୦୨୫ ଉପରେ ପରାମର୍ଶ...
ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…
ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...
ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ
ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...
Archives


