ପୋଲିସ ଉପସ୍ଥିତିରେ ଅସ୍ଥି ଚିକିତ୍ସାକେନ୍ଦ୍ରକୁ ପଥର ମାଡ଼

ଖୁଣ୍ଟୁଣୀ,୨୫।୮(ଡି.ଏନ୍‌.ଏ.): ପୋଲିସ ଉପସ୍ଥିତିରେ ରବିବାର ସନ୍ଧ୍ୟାରେ ଆଠଗଡ଼ ଥାନା ଅଧୀନ କୁଲାଇଲୋର ଅସ୍ଥି ଚିକିତ୍ସାକେନ୍ଦ୍ର ପରିସରକୁ ତିନିଜଣ ଯୁବକ ଏକଘଣ୍ଟା ଧରି ପଥର ମାଡ଼ କରିଥିବା ଅଭିଯୋଗ ହୋଇଛି। ଚିକିତ୍ସାକେନ୍ଦ୍ରର ପରିଚାଳକ ଗିରିଶ ଚନ୍ଦ୍ର ବେଉରାୟଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୨୧୮/୨୦)ରୁଜୁକରି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ରବିବାର ଅପରାହ୍ନ ପ୍ରାୟ ସାଢେ ୫ଟାରେ ତିନିଜଣ ଯୁବକ ଏକ କାର୍‌ରେ କୁଲାଇଲୋ ବଜାରରେ ପହଞ୍ଚି କୌଣସି କାରଣକୁ ନେଇ ପରିଚାଳକ ଗିରିଶଙ୍କୁ ଗାଳିଗୁଲଜ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ସନ୍ଧ୍ୟା ସାଢେ ୬ଟାରେ ପୋଲିସ ଉପସ୍ଥିତିରେ ଉକ୍ତ ଯୁବକମାନେ ଅସ୍ଥି ଚିକିତ୍ସାକେନ୍ଦ୍ର ପରିସରକୁ ପଥର ମାଡ଼ କରିଥିଲେ। ଫଳରେ ଏଠାରେ ଚିକିତ୍ସିତ ହେଉଥିବା ରୋଗୀ ଓ ସମ୍ପର୍କୀୟ ଭୟଭୀତ ହୋଇପଡ଼ିଥିଲେ। ସୋମବାର ଚିକିତ୍ସାକେନ୍ଦ୍ର ପକ୍ଷରୁ କୁଲାଇଲୋରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ପରିଚାଳକ ଗିରିଶ, ଅଧ୍ୟକ୍ଷ ପ୍ରତାପରୁଦ୍ର ବେଉରାୟ ଓ ଅବସରପ୍ରାପ୍ତ ସେନା କର୍ମଚାରୀ ପ୍ରଫୁଲ୍ଲ ପରିଡା ଯୋଗଦେଇ କହିଥିଲେ, ୨୦୧୯ ସେପ୍ଟେମ୍ବର ୧୯ତାରିଖ ବିଳମ୍ବିତ ରାତିରେ ଏହି ତିନି ଯୁବକଙ୍କ ସହ ଅନ୍ୟ ଦୁଇଜଣ ୩ଟି ବୋମା ପକାଇ ଅନୁଷ୍ଠାନର ବ୍ୟାପକ କ୍ଷତି କରିଥିବା ନେଇ ଅଭିଯୋଗ ହୋଇଥିଲା। ଏ ପର୍ଯ୍ୟନ୍ତ ପୋଲିସ କାହାରିକୁ ଗିରଫ କରି ନାହିଁ। ରବିବାର ପୋଲିସ ଉପସ୍ଥିତିରେ ପଥର ମାଡ଼ ହୋଇଥିଲେ ମଧ୍ୟ ନୀରବଦ୍ରଷ୍ଟା ସାଜିଥିଲା। ଏନେଇ ଥାନାରେ ଅଭିଯୋଗ କରାଯାଇଛି। ଅନ୍ୟପଟେ ଏ ସମ୍ପର୍କରେ ଏସ୍‌ଆଇ ଶକୁନ୍ତଳା ଦାସ କହିଛନ୍ତି, ଅଭିଯୋଗକୁ ଭିତ୍ତିକରି ତଦନ୍ତ ଜାରି ରହିଛି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri