Posted inଫୁରସତ

ଘାସ ଖାଇଲାବେଳେ ଗଧ ମୁହଁରେ ପଶିଗଲା ସାପ; ତାପରେ…

ପ୍ରତାପଗଡ଼, ୨୫।୮: ରାଜସ୍ଥାନର ପ୍ରତାପଗଡ଼ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜିଲାର ପିପଲଖୁଣ୍ଟ ଅଞ୍ଚଳରେ ଗୋଟିଏ ଗଧ ନଦୀ କୂଳରେ ଘାସ ଚରୁଥିବାବେଳେ ଘାସ ସହିତ ସାପଟିଏ ଭିତରକୁ ପଳାଇଥିଲା। ଏହାପରେ ସାପଟି ଗଧ ପାଟି ଭିତରେ ଅଧା ପର୍ଯ୍ୟନ୍ତ ଲଟକି ରହିଥିଲା। ଉଭୟ ସାପ ଓ ଗଧ ପରସ୍ପରଠାରୁ ଅଲଗା ହେବା ଲାଗି ଅନେକ ସମୟ ପର୍ଯ୍ୟନ୍ତ ସଂଘର୍ଷ କରିଥିଲେ। ସାପଟିକୁ ପାଟିରୁ ବାହାର କରିବା ପାଇଁ ଗଧଟି ଅନେକ ସମୟ ପର୍ଯ୍ୟନ୍ତ ମୁଣ୍ଡକୁ ଜୋରରେ ହଲାଇବାରେ ଲାଗିଥିଲା। କିନ୍ତୁ ସାପଟି ପାଟି ଭିତରେ କାମୁଡ଼ି ଧରିଥିବାରୁ ଗଧର ସବୁ ପ୍ରୟାସ ବିଫଳ ହୋଇଥିଲା। ଗଧଟି ନା ସାପଟିକୁ ବାହାର କରିପାରୁଥିଲା ନା ଭିତରକୁ ଗିଳି ପାରୁଥିଲା। ଅପରପକ୍ଷରେ ସାପଟି ମଧ୍ୟ ଗଧ ପାଟିରୁ ବାହାରି ନ ପାରି ଭିତରରେ ୩-୪ଥର ଦଂଶନ କରିଥିଲା। ଶେଷରେ ଗଧ ପାଟି ଭିତରେ ସାପଟିର ମୃତ୍ୟୁ ହୋଇଥିଲା। ଏହି ସମୟରେ ସେହି ବାଟେ ଯାଉଥିବା କିଛି ଲୋକ ଗଧ ପାଟିରେ ସାପ ଝୁଲିଥିବା ଦେଖି ପାଖକୁ ଆସିଥିଲେ। କିନ୍ତୁ ଭୟରେ କେହି ମଧ୍ୟ ସାହାଯ୍ୟ କରି ନ ଥିଲେ। ଶେଷରେ ସାପ ଦଂଶନର ୨-୩ ଘଣ୍ଟା ପରେ ଗଧଟିର ମଧ୍ୟ ମୃତ୍ୟୁ ହୋଇଥିଲା। ପ୍ରତ୍ୟେକ୍ଷଦର୍ଶୀଙ୍କ କହିବାନୁଯାୟୀ, ଗଧ ଓ ସାପ ମଧ୍ୟରେ ଅନେକ ସମୟ ପର୍ଯ୍ୟନ୍ତ ସଂଘର୍ଷ ଚାଲିଥିଲା। କିନ୍ତୁ ଶେଷରେ ଉଭୟଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri