ଆଶାକର୍ମୀଙ୍କୁ ମାଡ଼ ମାମଲା, ଅଭିଯୁକ୍ତଙ୍କ ପତ୍ତାପାଉନି ପୋଲିସ

ପିପିଲି,୨୬ା୮(ସ୍ବ.ପ୍ର.): ପିପିଲି ଥାନା ଦୁର୍ଗାଦାସପୁର ଗ୍ରାମର ଜଣେ କରୋନା ସଂକ୍ରମିତଙ୍କୁ ଆଣିବାକୁ ଯାଇ ଆଶାକର୍ମୀ ଶୈଳବାଳା ସ୍ବାଇଁ ଆକ୍ରମଣର ଶିକାର ହୋଇଛନ୍ତି। ଏ ନେଇ ଆଶାକର୍ମୀ ଥାନାରେ ଅଭିଯୋଗ କରିବା ସହ ଘଟଣାକୁ ୨ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କ ପତ୍ତାପାଇପାରୁନି ପୋଲିସ। ଫଳରେ ବ୍ଲକରେ ଆଶାକର୍ମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପଟେ ଫେରାର ଥିବା ଅଭିଯୁକ୍ତ ଯେକୌଣସି ମୁହୂର୍ତ୍ତରେ ଆକ୍ରମଣ କରିପାରନ୍ତି ବୋଲି ଆଶଙ୍କା କରି ଆଶାକର୍ମୀ ଶୈଳବାଳା ଭୟଭୀତ ହୋଇ ଅଛନ୍ତି। ଗତ ୨୧ ତାରିଖରେ ଦୁର୍ଗାଦାସପୁର ଗ୍ରାମର ଜଣେ ମହିଳା ଅସୁସ୍ଥତା ଅନୁଭବ କରିବାରୁ ତାଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିଲା। ସେଦିନ ସନ୍ଧ୍ୟାରେ ରିପୋର୍ଟ ପଜିଟିଭ ଆସିବାରୁ ଆଶାକର୍ମୀ ଶୈଳବାଳାଙ୍କ ସହ ଏକ ଡାକ୍ତରୀ ଟିମ୍‌ ମହିଳାଙ୍କ ଘରକୁ କଣ୍ଟେନମେଣ୍ଟ କରିବା ସହ ଆକ୍ରାନ୍ତଙ୍କୁ କୋଭିଡ୍‌ ହସ୍ପିଟାଲ ପଠାଇବା ପାଇଁ ତାଙ୍କ ଘରକୁ ଯାଇଥିଲେ। ସେଠାରେ ମହିଳାଙ୍କ ସ୍ବାମୀ ଆଶାକର୍ମୀଙ୍କୁ ଗାଳିଗୁଲଜ କରିବାରୁ ଫେରି ଆସିଥିଲେ। ପରଦିନ ଆକ୍ରାନ୍ତ ମହିଳାଙ୍କ ପୁଅ ଆଶାକର୍ମୀଙ୍କ ଘରକୁ ଯାଇ ଏକ ବତାରେ ମାଡ଼ ମାରିଥିଲେ। ଶୈଳବାଳାଙ୍କ ଅଭିଯୋଗକ୍ରମେ ପୋଲିସ ନଂ. ୨୪୪/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଆକ୍ରାନ୍ତ ମହିଳା ଜଣକ ଆଶାକର୍ମୀଙ୍କ ବିରୋଧରେ ପାଲଟା ଏତଲା ଦେବାକୁ ଥାନାକୁ ଯାଇଥିବା ବେଳେ ଥାନାର ଅଫିସର ଓ କର୍ମଚାରୀ ହଟହଟା ହୋଇଥିଲେ। ପରେ ଥାନା ଅଧିକାରୀଙ୍କ ରୁମ ସହ ଅଫିସ ଭିତର ସାନିଟାଇଜ କରାଯାଇଥିଲା। ଏ ସମ୍ପର୍କରେ ଥାନାଧିକାରୀ ଗୌରାଙ୍ଗଚରଣ ପୃଷ୍ଟି କୁହନ୍ତି, ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି 

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରଠାରୁ ଆରମ୍ଭ ହେବ। ସା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା।...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri