Posted inଜାତୀୟ

ସ୍ବାମୀଙ୍କ ସମ୍ପତ୍ତି ଉପରେ ପ୍ରଥମ ସ୍ତ୍ରୀଙ୍କର ରହିବ ଅଧିକାର…

ମୁମ୍ବାଇ, ୨୬।୮: ସ୍ବାମୀଙ୍କ ସମ୍ପତ୍ତି ଉପରେ ପ୍ରଥମ ସ୍ତ୍ରୀଙ୍କର ହିଁ ଅଧିକାର ରହିବ। ଏନେଇ ସେ ଆଇନଗତ ଆଶ୍ରୟ ନେଇ ପାରିବେ ବୋଲି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯଦି କୌଣସି ବ୍ୟକ୍ତିଙ୍କ ଏକାଧିକ ସ୍ତ୍ରୀ ଅଛନ୍ତି। ଏପରିସ୍ଥଳେ ପ୍ରଥମ ସ୍ତ୍ରୀ କେବଳ ସମ୍ପତ୍ତି ଉପରେ ଦାବୀ କରିପାରିବେ। କିନ୍ତୁ ସ୍ତ୍ରୀମାନଙ୍କର ସନ୍ତାନମାନଙ୍କୁ ପିତାଙ୍କ ସମ୍ପତ୍ତିରୁ ଭାଗ ମିଳିବ। ବିଚାରପତି ଏସ୍‌.ଜେ. କଥାଓ୍ବାଲା ଏବଂ ମାଧବ ଜାମଦାରଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏଭଳି ରାୟ ଦେଇଛନ୍ତି। ଏହା ପୂର୍ବରୁ ବମ୍ବେ ହାଇକୋର୍ଟର ଔରଙ୍ଗାବାଦ ଖଣ୍ଡପୀଠ ମଧ୍ୟ ସମାନ ରାୟ ଦେଇଥିଲେ। ମହାରାଷ୍ଟ୍ର ରେଲଓ୍ବେ ପୋଲିସ ସବ୍‌ ଇନସ୍ପେକ୍ଟର ସୁରେଶ ହଟାନକରଙ୍କ ଦ୍ୱିତୀୟ ସ୍ତ୍ରୀଙ୍କ ପକ୍ଷରୁ ସ୍ବାମୀଙ୍କ ସମ୍ପତ୍ତି ପାଇଁ କରାଯାଇଥିବା ଏକ ଆବେଦନର ବିଚାର କରି ଏଭଳି ରାୟ ଦେଇଛନ୍ତି। ମେ ୩୦ରେ ଡ୍ୟୁଟିରେ ଥିବା ସମୟରେ ସୁରେଶଙ୍କର କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିଲା। ରାଜ୍ୟ ସରକାର ଏଭଳି କରୋନା ଯୋଦ୍ଧାଙ୍କ ପାଇଁ ୬୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଆର୍ଥିକ ସହାୟତା ପାଇବା ପାଇଁ ଦ୍ୱିତୀୟ ସ୍ତ୍ରୀ ଆବେଦନ କରିଥିଲେ। ଦ୍ୱିତୀୟସ୍ତ୍ରୀଙ୍କ ଝିଅ ଶ୍ରଦ୍ଧା ଏନେଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...

ବଡ଼ ଜାଲିଆତିର ଖୁଲାସା: ଗାଁରେ ଜନସଂଖ୍ୟା ୧୫୦୦, ତିନି ମାସରେ ୨୭,୦୦୦ ଶିଶୁ ଜନ୍ମ!

ମୁମ୍ବାଇ,୧୮ା୧୨: ମହାରାଷ୍ଟ୍ରର ଏକ ଛୋଟ ଗାଁରେ ଏପରି ଏକ ଘଟଣା ଘଟିଛି, ଯାହା ପ୍ରଶାସନର ନିଦ ହଜାଇ ଦେଇଛି। ୟବତମାଲ ଜିଲାର ଆର୍ନି ତହସିଲ ଅନ୍ତର୍ଗତ...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri