ଅକ୍ଟୋବର ୧ରୁ ବିମାନବନ୍ଦର ରନ୍‌ୱେ କାର୍ପେଟିଂ କାମ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆସନ୍ତା ଅକ୍ଟୋବର ୧ତାରିଖରୁ ରନ୍‌ୱେର କାର୍ପେଟିଂ କାମ ଆରମ୍ଭ ହେବ। ୪ମାସ ଧରି କାର୍ପେଟିଂ କାମ ଚାଲିବ। ପ୍ରତିଦିନ ରାତି ୧୧ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କାମ ହେବ। ଏଥିପାଇଁ ଏହି ସମୟରେ ବିମାନ ଯାତାୟାତ ବନ୍ଦ ରହିବ ବୋଲି ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି. ରାଓ ସୂଚନା ଦେଇଛନ୍ତି। ଲକ୍‌ଡାଉନ୍‌ ସମୟରେ ବିମାନବନ୍ଦର ୫୦ ପ୍ରତିଶତରୁ ଅଧିକ କ୍ଷତି ସହିଛି। ଏହି ସମୟରେ ୭୫ ପ୍ରତିଶତ ଯାତ୍ରୀଙ୍କ ସଂଖ୍ୟା କମିଯାଇଛି। ମେ’ ଓ ଜୁନ୍‌ ମାସରେ ଅଧିକ ଯାତ୍ରୀ ଆସୁଥିଲେ ଏବଂ କମ୍‌ ଯାତ୍ରୀ ଯାଉଥିଲେ। ବର୍ତ୍ତମାନ କିନ୍ତୁ ଯାତ୍ରୀ କମ୍‌ ଆସୁଛନ୍ତି ଏବଂ ଅଧିକ ଯାଉଛନ୍ତି। କରୋନା ପୂର୍ବରୁ ଦୈନିକ ପ୍ରାୟ ୪୫ଟି ବିମାନ ଉଡ଼ାଣ କରୁୁଥିଲା। ମାତ୍ର କରୋନା ଯୋଗୁ ଏବେ ପ୍ରାୟ ଦୈନିକ ୧୬ରୁ ୧୭ଟି ବିମାନ ଉଡ଼ାଣ କରୁଛି। ପୂର୍ବରୁ ପ୍ରତିଦିନ ୧୧ରୁ ୧୨ହଜାର ଯାତ୍ରୀ ଯିବା ଆସିବା କରୁଥିଲେ। ବର୍ତ୍ତମାନ ପ୍ରାୟ ୩ ହଜାର ଯାତ୍ରୀ ଯିବା ଆସିବା କରୁଛନ୍ତି। ଏଥିରୁ ପାଖାପାଖି ୨ହଜାର ଯାତ୍ରୀ ଯାଉଛନ୍ତି ଏବଂ ଏକ ହଜାର ଯାତ୍ରୀ ଆସୁଛନ୍ତି ବୋଲି ବିମାନବନ୍ଦର କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri