ଜାତୀୟ ରାଜପଥ ତୁରୁମୁଙ୍ଗା ବୈତରଣୀ ନଦୀ ପୋଲ ଉପରେ ପ୍ରବାହିତ ହେଲା ପ୍ରଥମ ବନ୍ୟାଜଳ: ସ୍ବାମ ପୋଲ ପାର ବେଳେ ଭାସିଗଲା ଗାଡ଼ି

ପାଟଣା,୨୬।୮(ସ୍ବ. ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥରେ ଥିବା ବୈତରଣୀ ପୋଲ ଉପରେ ବୁଧବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହୋଇଛି। ଫଳରେ ପୋଲର ଉଭୟ ପାର୍ଶ୍ୱରେ ଶହଶହ ଯାନବାହନ ଅଟକି ରହଛି। ଏହାସହ ଯୋଗାଯୋଗ ବିଛିନ୍ନ ହୋଇଛି। କେନ୍ଦୁଝର ପାର୍ଶ୍ୱରୁ କଲିକତା, ଟାଟା, ଝାରଖଣ୍ଡ ଓ କରଞ୍ଜିଆକୁ ଗମନାଗମନ ମଧ୍ୟ ଠପ ହୋଇଛି।
ଅନୁରୂପ ଭାବେ ପାଟଣା କେନ୍ଦେଇପଶି ରାସ୍ତାର ଭିମାପଡା ନିକଟରେ ଥିବା କାନଝରି ନଦୀ ପୋଲ ଉପରେ ବୁଧବାର ୪ ଫୁଟ ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେବା ଫଳରେ ପାଟଣା, କେନ୍ଦୁଝର, ତୁରୁମୁଙ୍ଗା,କେନ୍ଦେଇପଶି ଓ ବାଉଁଶୁଳିକୁ ଯୋଗାଯୋଗ ବିଛିନ୍ନ ହୋଇଛି। ସେହିଭଳି ପାଟଣା ଢେଙ୍କିକୋଟ ରାସ୍ତାର ସ୍ବାମ ନାଳ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେବାରୁ ମଲ୍ଲୀପଶି, ଢେଙ୍କିକୋଟ ଓ ଘଟଗାଁକୁ ଗମନାଗମନ ବାଧା ପ୍ରାପ୍ତ ହୋଇଛି। ଉଭୟ ପାର୍ଶ୍ୱରେ ଗାଡିମଟର ଅଟକି ରହିଛି।
ଢେଙ୍କିକୋଟ ପାର୍ଶ୍ୱରୁ କରଞ୍ଜିଆ ଯାଉଥିବା ଏକ ଗାଡ଼ି ବିପଦ ସଙ୍କୁଳ ଅବସ୍ଥାରେ ସ୍ବାମ ନାଳ ପାର ହେଉଥିବା ବେଳେ ଭାସି ଯାଇଛି। ଚାଳକ ଅଳ୍ପକେ ବର୍ତ୍ତି ଥିବା ବେଳେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri