Posted inଖେଳ

ଟିମ୍‌ରୁ ବାଦ୍‌ ପଡ଼ିଥିଲେ ଏହି ଖେଳାଳି; ଏବେ ହାସଲ କଲେ ତ୍ରିଶତକ

କଲମ୍ବୋ, ୨୬।୮: ଦୀନେଶ ଚାଣ୍ଡିମଲ। ଶ୍ରୀଲଙ୍କା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ତଥା ଉଇକେଟ୍‌କିପର। ଗତବର୍ଷ ଚୟନକର୍ତ୍ତମାନେ ଚାଣ୍ଡିମଲଙ୍କୁ ଅଧିନାୟକ ପଦରୁ ହଟାଇ ଦେବା ସହିତ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଲାଗି ଶ୍ରୀଲଙ୍କା ଦଳରୁ ମଧ୍ୟ ବାଦ୍‌ ଦେଇଥିଲେ। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ କିନ୍ତୁ ଏବେ ଚମତ୍କାର ଫର୍ମକୁ ଫେରିଛନ୍ତି। ଘରୋଇ ପ୍ରଥମ ଶ୍ରେଣୀ କ୍ରିକେଟ୍‌ରେ ସେ ତ୍ରିଶତକ ହାସଲ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଶ୍ରୀଲଙ୍କା ଆର୍ମି ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଚାଣ୍ଡିମଲ ସାରାସେନ୍ସ ଏସ୍‌ସି ବିପକ୍ଷରେ ୩୫୪ ରନର ଏକ ମାରାଥନ ଇନିଂସ ଖେଳିଛନ୍ତି। ଏହି ଇନିଂସ ମଧ୍ୟରେ ସେ ୨୯ ଚୌକା ଓ ୮ ଛକା ମାରିଥିଲେ। ବାଉଣ୍ଡରୀ ଆକାରରେ ସେ ମୋଟ୍‌ ୧୬୪ ରନ୍‌ ସଂଗ୍ରହ କରିଥିଲେ। ଦୀନେଶଙ୍କ ଏହି ଇନିଂସ ବଳରେ ତାଙ୍କ ଦଳ ୮ ଉଇକେଟ୍‌ରେ ୬୪୨ ରନ କରି ଇନିଂସ ଘୋଷଣା କରିଥିଲା। ଚାଣ୍ଡିମଲଙ୍କ କ୍ରିକେଟ୍‌ କ୍ୟାରିୟରର ଏହା ପ୍ରଥମ ତ୍ରିଶତକ। ଏଥିପୂର୍ବରୁ ପ୍ରଥମ ଶ୍ରେଣୀ କ୍ରିକେଟ୍‌ରେ ତାଙ୍କର ସର୍ବାଧିକ ବ୍ୟକ୍ତିଗତ ସ୍କୋର ୨୪୪ ରନ ଥିଲା। ୧୮ ଅଗଷ୍ଟ ୨୦୧୦ରେ ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏହି ଇନିଂସ ଖେଳିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ, ଶ୍ରୀଲଙ୍କା କ୍ରିକେଟ୍‌ ଇତିହାସରେ ୧୦ଜଣ ବ୍ୟାଟ୍ସମ୍ୟାନ ତ୍ରିଶତକ ହାସଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ସ୍କୋର ମାହେଲା ଜୟବର୍ଦ୍ଧନେ (୩୭୪ ରନ)ଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri