ବୈତରଣୀ ନଦୀରେ ବନ୍ୟା: ୪ ବ୍ଲକର ୮୦ ପଞ୍ଚାୟତ ପ୍ରଭାବିତ

ଯାଜପୁର ଅଫିସ,୨୭।୮: ବୈତରଣୀ ନଦୀର ଉଛୁଳା ପାଣିରେ ଯାଜପୁର ଜିଲାର କୋରେଇ, ଯାଜପୁର, ଦଶରଥପୁର ଓ ବିଞ୍ଝାରପୁର ବ୍ଲକର ପ୍ରାୟ ୮୦ଟି ପଞ୍ଚାୟତବାସୀ ପ୍ରଭାବିତ ହୋଇଛନ୍ତି। ବୈତରଣୀ ନଦୀର ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବାବେଳେ ଗୁରୁବାର ସକାଳ ୮ଟା ସୁଦ୍ଧା ୧୯.୬୩ ମିଟର ରହିଛି। ସେହିପରି ଆନନ୍ଦପୁରରେ ୪୦.୬୫ ମିଟର, ବଲ୍ଲଭିଘାଟଠାରେ ୧୪.୧୨ ମିଟର, ଦଶରଥପୁରଠାରେ ୧୧.୯୦ ମିଟର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ହଜାର ହଜାର ଏକର ଚାଷ ଜମି ଜଳମଗ୍ନ ହୋଇଯାଇଛି। ଅନ୍ୟପଟେ ଯାଜପୁର ଜିଲାରେ ଗୁରୁବାର ପୂର୍ବାହ୍ନ ସୁଦ୍ଧା ହାରାହାରି ୧୩.୨୫ ମିମି ବର୍ଷା ରେକର୍ଡ କରାଯାଇଛି। ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ, ଆଇଏଏସ୍‌ ପ୍ରୋବେସନର ସଚିନ ପାୱାର, କୋରେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସତୋ ସ୍ନିଗ୍ଧା ପ୍ରମୁଖ କୋରେଇ ବ୍ଲକର ବିଭିନ୍ନ ବନ୍ୟା ଅଞ୍ଚଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri