ଗୋଷ୍ଠୀ ସଂଘର୍ଷ: ଜଣେ ମୃତ, ୩ ଆହତ

ହାତୀଓଟ,୨୦ା୬-ଗଞ୍ଜାମ ଜିଲା ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତ ଇଚ୍ଛାପୁର ଗ୍ରାମରେ ମଙ୍ଗଳବାର ରାତିରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ତିନି ଜଣ ଆହତ ହୋଇଛନ୍ତି। ମୃତକ ହେଲେ ପାଣ୍ଡିରିପଡ଼ାର ପୂର୍ବତନ ସରପଞ୍ଚ ଦଣ୍ଡପାଣି ନାୟକଙ୍କ ପୁଅ ସୁଶାନ୍ତ। ଆହତମାନେ ହେଲେ ପ୍ରମୋଦ ନାୟକ, ଉପେନ୍ଦ୍ର ବେହେରା ଓ ପୂର୍ଣ୍ଣ ନାୟକ। ଗୁରୁତର ଅବସ୍ଥାରେ ସୁଶାନ୍ତ ଓ ୩ ଆହତଙ୍କୁ ପ୍ରଥମେ ପୋଲସରା ଡାକ୍ତରଖାନା ଓ ପରେ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲା। ସେଠାରେ ସୁଶାନ୍ତଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୂର୍ବ ଶତ୍ରୁତାରୁ ଏହି ଗୋଷ୍ଠୀ ସଂଘର୍ଷ ଘଟିଥିବା ଆଡିଶନାଲ୍‌ ଏସ୍‌ପି ସୀତାରାମ ଶତପଥୀ ସୂଚନା ଦେଇଛନ୍ତି।
ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲିକଙ୍କ ସୂଚନା ପ୍ରକାରେ, ସାହି ମଝିରେ ଉପେନ୍ଦ୍ର ଦ୍ରୁତ ଗତିରେ ବାଇକ ଚଳାଇ ଆସୁଥିଲେ। ପୂର୍ଣ୍ଣଙ୍କ ପୁଅ ରଙ୍କନିଧି ଏହାକୁ ବିରୋଧ କରିବାରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଉପେନ୍ଦ୍ର ଯାଇ ସୁଶାନ୍ତଙ୍କୁ ଏକ ସମ୍ପର୍କରେ କହିଥିଲେ। ପରେ ସୁଶାନ୍ତ ୪ଟି ବାଇକରେ ତାଙ୍କ ସହଯୋଗୀଙ୍କ ସହ ଆସି ପୂର୍ଣ୍ଣଙ୍କ ଘରେ ପଶି ପାଟିତୁଣ୍ଡ କରିଥିଲେ। ପରେ ଉଭୟ ଗୋଷ୍ଠୀ ମୁହଁାମୁହିଁ ହୋଇଥିଲେ। ଆକ୍ରମଣ ଓ ପ୍ରତିଆକ୍ରମଣରେ ସୁଶାନ୍ତ, ଉପେନ୍ଦ୍ର, ପ୍ରମୋଦ, ପୂର୍ଣ୍ଣ ପ୍ରମୁଖ ଆହତ ହୋଇଥିଲେ।
ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ କହୁଥିବାବେଳେ ମୃତ ସୁଶାନ୍ତଙ୍କ ବାପା ତଥା ପୂର୍ବତନ ସରପଞ୍ଚ ଦଣ୍ଡପାଣି ଏହାକୁ ରାଜନୈତିକ ହତ୍ୟାକାଣ୍ଡ ବୋଲି କହିଛନ୍ତି। ଷଡ଼ଯନ୍ତ୍ର କରି ମୋ ପୁଅକୁ ନିଦ୍ଦର୍ର୍ିଷ୍ଟ ଏକ ରାଜନୈତିକ ଦଳର ଗୁଣ୍ଡାମାନେ ହତ୍ୟା କରିଛନ୍ତି ବୋଲି ସେ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ଘଟଣା ପରେ ଆଡିଶନାଲ ଏସ୍‌ପି ସୀତାରାମ ଶତପଥୀ, ଏସଡିପିଓ ନିମାଇଁ ଚରଣ ସେଠୀ, ବୁଗୁଡ଼ା ଥାନାଧିକାରୀ ସିତାଂଶୁ ମାନ୍ଧାତା, କବିସୂର୍ଯ୍ୟନଗର ଥାନାଧିକାରୀ ତପନ କୁମାର ପତି, ଛତ୍ରପୁର ଥାନାଧିକାରୀ ପ୍ରିୟସ ରଞ୍ଜନ ଛୋଟରାୟ ପ୍ରମୁଖଙ୍କ ସମେତ ୪ ପ୍ଲାଟୁନ ଫୋର୍ସ ମୁତୟନ ରହିଛନ୍ତି। ପୋଲିସ ଘଟଣାସ୍ଥଳରୁ ୪ ବାଇକ, ୨ ଖଣ୍ଡା, କାତି ଜବତ କରିଛି। କେତେଜଣ ବ୍ୟକ୍ତିଙ୍କୁ ଥାନାକୁ ଆଣି ପଚରାଉଚରା ମଧ୍ୟ ଚଳାଇଛି। ଖବର ଲେଖାହେବା ସୁଦ୍ଧା ଥାନାରେ କୌଣସି ଅଭିଯୋଗ ହୋଇନଥିବା ଥାନାଧିକାରୀ ମଲ୍ଲିକ ସୂଚନା ଦେଇଛନ୍ତି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବାବେଳେ ପୋଲିସ ତୀକ୍ଷ୍‌ଣ ଦୃଷ୍ଟି ରଖିଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri