Posted inଫୁରସତ

ଅନ୍ତିମ ସଂସ୍କାରବେଳେ ଜୀବନ୍ତ ହୋଇଗଲେ ଯୁବତୀ; ତାପରେ…

ମିରଟ, ୨୭।୮: ଉତ୍ତର ପ୍ରଦେଶର ମିରଟ ସହରରୁ ଚକିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ମଓ୍ବାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏହାପରେ ଶୋକସନ୍ତପ ପରିବାର ଲୋକ ଯେତେବେଳେ ଯୁବତୀଙ୍କ ଅନ୍ତିମ ସଂସ୍କାର ପାଇଁ ପ୍ରସ୍ତୁତି ଚଳାଇଥିଲେ ହଠାତ୍‌ ଚମତ୍କାର ଘଟିଲା। ଯୁବତୀଜଣଙ୍କ ଜୀବନ୍ତ ହୋଇଉଠିଲେ। ଏହି ଘଟଣା ଏବେ କେବଳ ମିରଟ ନୁହେଁ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି।
ଜଣାପଡ଼ିଛି ଯେ, ମୋହଲ୍ଲା ମୁନ୍ନା ଲାଲ୍‌ ନିବାସୀ ୨୦ ବର୍ଷୀୟା ଯୁବତୀ ଅସ୍‌ମା ଗତ ୨୪ ତାରିଖରେ ହୃଦ୍‌ଘାତର ଶିକାର ହୋଇଥିଲେ। ଏହାପରେ ଗୁରୁତର ଅବସ୍ଥାରେ ପରିବାର ଲୋକ ଅସ୍‌ମାଙ୍କୁ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ପରିବାର ଲୋକ ଅସ୍‌ମାଙ୍କ ଶବକୁ ଧରି ଉତ୍ତର ପ୍ରଦେଶ ଫେରିଥିଲେ। ବାଟରେ ସେମାନେ ପରିବାର ଲୋକଙ୍କୁ ଫୋନ କରି ଅନ୍ତିମ ସଂସ୍କାର ପାଇଁ ପ୍ରସ୍ତୁତି କରିବାକୁ କହିଥିଲେ। ତେବେ ଅନ୍ତିମ ସଂସ୍କାର ସମୟରେ ଚମତ୍କାର ଘଟଣା ଘଟିଲା। ହଠାତ୍‌ ଅସ୍‌ମା ଜୀବନ୍ତ ହୋଇଉଠିଲେ। ଫଳରେ ପରିବାର ଲୋକଙ୍କ ମଧ୍ୟରେ ପୁଣିଥରେ ଖୁସିର ଲହରୀ ଖେଳିଗଲା। କିନ୍ତୁ ଜୀବୀତ ହେବାର ୧୨ ଘଣ୍ଟା ପରେ ଅସ୍‌ମାଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳବାସୀ ଆଶ୍ଚର୍ଯ୍ୟପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri