ଗାଡି ଯାଞ୍ଚବେଳେ ଏସ୍‌ଆଇଙ୍କୁ ପିଟିଲେ: ୨ଗିରଫ

ଗଞ୍ଜାମ,୨୮ା୮(ଡି.ଏନ୍‌.ଏ.)-ଗଞ୍ଜାମ ଥାନାରେ କାର୍ଯ୍ୟରତ ଏସ୍‌ଆଇ ଚନ୍ଦନ ବେହେରା ଶୁକ୍ରବାର ଗାଡି ଯାଞ୍ଚ କରୁଥିବାବେଳେ ୨ ଯୁବକ ତାଙ୍କୁ ଆକ୍ରମଣ କରିଛନ୍ତି। ଏନେଇ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରମ୍ଭା ଥାନା ନିଳାଦ୍ରୀପୁର ଗ୍ରାମର ସତୀଶ ସ୍ବାଇଁ (୩୦) ଓ ସୂର୍ଯ୍ୟକାନ୍ତ ସ୍ବାଇଁ(୨୫)।
ଗଞ୍ଜାମ ଥାନା ପକ୍ଷରୁ ଋଷିକୂଲ୍ୟା ବ୍ରିଜ୍‌ ନିକଟରେ ଯାନବାହନର କାଗଜପତ୍ର, ହେଲ୍‌ମେଟ ଓ ମାସ୍କ ଆଦି ଯାଞ୍ଚ କରାଯାଉଥିଲା। ଏହି ସମୟରେ ଗୋଟିଏ ବାଇକରେ ରମ୍ଭା ଥାନା ନିଳାଦ୍ରୀପୁରର ସତୀଶ, ସୂର୍ଯ୍ୟକାନ୍ତ ଓ କ୍ଷେତ୍ର ସ୍ବାଇଁ (୨୬) ବ୍ରହ୍ମପୁରରୁ ଗ୍ରାମକୁ ଫେରୁଥିଲେ। କେହି ମାସ୍କ ପିନ୍ଧି ନ ଥିବାବେଳେ ଗାଡି ଚାଳକ ମଧ୍ୟ ହେଲ୍‌ମେଟ୍‌ ପିନ୍ଧି ନ ଥିଲେ। ପୋଲିସ ବାଇକ ଅଟକାଇ ପଚାରିବାରୁ ସୂର୍ଯ୍ୟକାନ୍ତ ଗାଳିଗୁଲଜ କରିଥିଲେ। ଏସ୍‌ଆଇ ଚନ୍ଦନ ବେହେରା ବାରଣ କରିବାରୁ ତାଙ୍କ ମୁହଁକୁ ବାଇକ୍‌ ଚାବିରେ ଭୂଷି ଦେଇଥିଲେ। ସେ ତଳେ ପଡିଯିବା ପରେ ତାଙ୍କୁ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ଓ ଅନ୍ୟ କର୍ମଚାରୀ ଆହତ ଚନ୍ଦନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଗଞ୍ଜାମ ମେଡିକାଲକୁ ନେଇଥିଲେ। ପରେ ଅନ୍ୟ ପୋଲିସ କର୍ମଚାରୀ ସ୍ଥାନୀୟ ଜନସାଧାରଣଙ୍କ ସହାୟତାରେ ଦୁଇଜଣଙ୍କୁ ଗିରିଫ କରିଥିଲେ। ଗଞ୍ଜାମ ଥାନାରେ ନଂ.୧୧୦/୨୦ରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri