Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ
ପରିବାରରେ ପୁଅ, ଝିଅଙ୍କ ସମ୍ପର୍କୀୟ ସମସ୍ୟା, ଭାଇ କିମ୍ବା ସହକର୍ମୀଙ୍କ ସହ ଝଗଡା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ମଧ୍ୟ ବିଶେଷ ଭଲ ରହିବ ନାହିଁ ଏବଂ ପୁରାତନ ରୋଗୀ ହଇରାଣ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାଗୁଡିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ

ଆଜି ଆପଣ, ଘର ସକାଶେ, ଜମିଜମା ପାଇଁ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ଅବଶ୍ୟ ବନ୍ଧୁ କିମ୍ବା ପିଲାମାନେ ଆପଣଙ୍କୁ ଏହି ଦିଗରେ ସାହାଯ୍ୟ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇପାରିବେ କିନ୍ତୁ ଏହା ହିଁ ପରକ୍ଷଣରେ ସମସ୍ୟାକୁ ବୃଦ୍ଧି କରିବ।

ମିଥୁନ
ମିଥୁନ
ଆପଣ ଆଜି କିଛି କଡା ଭାଷା ପ୍ରୟୋଗ କରି ଶତ୍ରୁତା ଅର୍ଜନ କରିବେ। ଯେଉଁ କ୍ଷେତ୍ରରେ ଯାହାକି ନିଷ୍ପତ୍ତି ନେବେ ତାହା ଶେଷ ସମୟରେ ଓଲଟ ପାଲଟ ହୋଇଯିବ। ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ। ବିବାଦୀୟ କ୍ଷେତ୍ରରେ, ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ ଅବଶ୍ୟ ସବୁ କଥାରେ ନରମି ରହି ପାରିଲେ ହିଁ ସୁଫଳ ପାଇବେ। ପ୍ରକୃତ ଘଟଣା ନ ବୁଝି ସହକର୍ମୀ କ୍ରୋଧ ପ୍ରକାଶ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବେ, ଯାହା କି ଅଶାନ୍ତି ସୃଷ୍ଟି କରିବ।
ସି˚ହ
ସି˚ହ
ଆପଣ ବହୁତ ପୂର୍ବରୁ ଯେଉଁ ପ୍ରାପ୍ୟ ପାଇବାର ଥିଲା ଆଜି ହିଁ ତାହା ପାଇବାର ସୂଚନା ମିଳିବ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କର୍ମକ୍ଷେତ୍ରରେ ଅପରାହ୍ନ ସମୟରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।
କନ୍ୟା
ବୃଥା ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ର ସମସ୍ୟା ବହୁଳ ରହିବ। ଯାନ୍ତ୍ରିକ ତ୍ରୁଟିକୁ ସୁଧାରି ନେଇ ଚାଳନାରେ ସତର୍କ ରହିବା ଭଲ, ନତୁବା ହଇରାଣ ହେବେ। ପିଲାମାନଙ୍କ କୃତୀ ଓ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିପାରନ୍ତି। ସହୃଦୟତାରୁ ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।
ତୁଳା
ତୁଳା
ସବୁ କଥାରେ ନୀରବଦ୍ରଷ୍ଟା ସାଜିବା ଦ୍ୱାରା ଆଗାମୀ ସମୟରେ ହଇରାଣରେ ପଡିପାରନ୍ତି। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ହଠାତ୍‌ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇପାରନ୍ତି। ବନ୍ଧୁଙ୍କ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। କଚେରୀ ମାମଲା,ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ଗବେଷଣା, ଆଲୋଚନା, ସମାଲୋଚନା କ୍ଷେତ୍ରରେ ସୁପ୍ରତିଷ୍ଠିତ ହୋଇପାରନ୍ତି।
ଧନୁ
ଧନୁ
ଆଜି ପଡୋଶୀ, ସହକର୍ମୀ କିମ୍ବା ଭାଇ, ଭଉଣୀଙ୍କ କ୍ଷେତ୍ରରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ପରିବାରରେ ସାଧାରଣ କଥାକୁ ନେଇ ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ। କର୍ମକ୍ଷେତ୍ରରେ କେତେକ ନୂତନ କାମର ପରିକଳ୍ପନା କରିବା ସଙ୍ଗକୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।
ମକର
ମକର

ଦୀର୍ଘଦିନରୁ କଥା କହୁ ନ ଥିବା ବନ୍ଧୁଟି ସହ ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ। କର୍ମକ୍ଷେତ୍ରରେ ଟେନସନ୍‌ କିିଛି ମାତ୍ରାରେ କମିଯିବା କାରଣରୁ ଆଶ୍ୱସ୍ତି ଲାଭ କରିପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ ସଙ୍ଗକୁ ସାମାଜିକ କାମରୁ ଖୁସି ରହିବେ। ଅପରାହ୍ନରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡା ଲାଗିପାରେ।

କୁମ୍ଭ
କୁମ୍ଭ
ଆଜି ପରିବାରରେ ପିଲାମାନଙ୍କର କିଛି ସମସ୍ୟା ମନକୁ ବିଚଳିତ କରିବ। ଏଣେ ଅଫିସ୍‌ରେ ମଧ୍ୟ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। କାମ ହାସଲ ନ ହେବା କାରଣକୁ ନେଇ ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରିପାରନ୍ତି। ମାଲିମକଦ୍ଦମା କିମ୍ବା ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ।
ମୀନମୀନ

ଆଜି ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ସଂକୁଚିତ ମନେ କରିବେ। ମନ ଭଲ ନ ଥିବା କାରଣରୁ କାହାର ଭଲ କଥା ମଧ୍ୟ ଆପଣଙ୍କୁ ଭଲ ଲାଗି ନ ପାରେ। ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ରେବତୀ ନକ୍ଷତ୍ର ଗୃହକାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କାମକୁ ପାସୋରି ଦେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri