ପଠାନକୋଟରେ ସୁରେଶ ରାଇନାଙ୍କ ପରିବାର ଉପରେ ଆକ୍ରମଣ: ପିଉସା ମୃତ, ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ପିଉସୀ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନାଙ୍କ ପିଉସୀଙ୍କ ପରିବାରକୁ ଅଜଣା ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଘଟଣାରେ ତାଙ୍କର ପିଉସାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ସଦସ୍ୟ ଗୁରୁତର ଅଛନ୍ତି।

ଅଗଷ୍ଟ ୧୯ ତାରିଖରେ ପଠାନକୋଟର ଧରିୟାଲ ଗ୍ରାମରେ ଏହି ଅଘଟଣ ଘଟିଛି। ପେସାରେ କଣ୍ଟ୍ରାକ୍ଟର ଥିବା ରାଇନାଙ୍କ ପିଉସା ଅଶୋକ କୁମାରଙ୍କ ପରିବାର ଛାତ ଉପରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ଆକ୍ରମଣକରି ଫେରାର ହୋଇଯାଇଥିଲେ। ଏଥିରେ ଅଶୋକଙ୍କ ମୃତ୍ୟୁ ଘଟିଥିଲା। ଅପରପକ୍ଷେ ପିଉସୀ ଆଶାଦେବୀ ଗୁରୁତର ଭାବେ ଆହତ ହୋଇଥିଲେ। ସେ ଏବେ ଡାକ୍ତରଖାନାରେ ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ସେହିଭଳି ତାଙ୍କ ପୁଅ କୌଶଳ କୁମାର(୩୨), ଅପିନ କୁମାର(୨୪), ଶାଶୁ ସତ୍ୟା ଦେବୀ(୮୦) ମଧ୍ୟ କ୍ଷତାକ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏ ସମ୍ପର୍କରେ ରାଇନାଙ୍କ ପକ୍ଷରୁ କୌଣସି ଆଧିକାରିକ ବୟାନ ଆସି ନ ଥିଲେ ହେଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହେଲେ ଆକ୍ରମଣକାରୀଙ୍କ ବିଷୟରେ ସୁରାକ ମିଳିପାରିନାହିଁ।

ପ୍ରକାଶ ଥାଉ କି, ଚଳିତ ଆଇପିଏଲ୍‌ ପାଇଁ ୟୁଏଇ ଗସ୍ତ କରିଥିବା ରାଇନା ଭାରତ ଫେରି ଆସିଛନ୍ତି। ଚେନ୍ନାଇ ସୁପରକିଙ୍ଗ୍ସର ସିଇଓ ଶନିବାର ଏନେଇ ଟୁଇଟ୍‌ କରି ସୂଚନା ଦେଇଥିଲେ। ଏହା ପଛରେ ବ୍ୟକ୍ତିଗତ କାରଣ ଥିବା କୁହାଯାଉଥିଲା। ଏବେ ଏହି ଘଟଣା ସାମ୍ନାକୁ ଆସିବା ପରେ ରାଇନା ଆଇପିଏଲ୍‌ ନ ଖେଳିବା ପଛରେ ଏହି କାରଣ ରହିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri