Posted inଖେଳ

ଅଧିନାୟକ କୋହଲି ପିଅନ୍ତି ଫ୍ରାନ୍ସରୁ ଆସୁଥିବା ଏହି ବୋତଲ ପାଣି: ଲିଟର ପିଛା ଦାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଭାରତୀୟ ଅଧିନାୟକ ବିରାଟ କୋହଲି ନିଜର ଫିଟ୍‌ନେସକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏହାକୁ ନେଇ ସେ ଅନ୍ୟ କ୍ରିକେଟରଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କୋହଲିଙ୍କ ଫିଟ୍‌ନେସ୍‌ ପଛରେ ଏକ ଗୁପ୍ତ କଥା ରହିଛି। ସେଇଟି ହେଲା ସେ ସର୍ବଦା ଇବିଏନ୍‌ ନାମକ କମ୍ପାନୀର ପାଣି ପିଇଥାନ୍ତି। ଏହି ପାଣି ବୋତଲ ଫ୍ରାନ୍ସରୁ ସ୍ବତନ୍ତ୍ର ଭାବେ ଆମଦାନୀ ହୋଇଥାଏ। ଏହା ଲିଟର ପିଛା ୬୦୦ ଟଙ୍କାରେ ଆସେ।

ବିରାଟ ବଟର୍‌ ଚିକେନ, କାଠି ରୋଲ ଏବଂ ମଟନ ରୋଲ ମଧ୍ୟ ଖାଇବାକୁ ଭଲ ପାଆନ୍ତି। ହେଲେ ଏବେ ସେ ଡାଏଟ୍‌ ପ୍ଲାନକୁ ଭଲ ଭାବେ ଫଲୋ କରନ୍ତି। ସେ ଅତିଥି ଭାବେ କାହା ଘରକୁ ଗଲେ ମଧ୍ୟ ପ୍ୟାକେଟରେ ଥିବା ଫଳରସ ପିଇ ନ ଥାନ୍ତି। ତାଙ୍କ ପାଇଁ ତାଜା ଫଳରସ ପ୍ରସ୍ତୁତ କରାଯାଏ।

ଏସବୁକୁ ଦେଖିଲେ କ୍ୟାପ୍‌ଟେନ୍‌ ଭାବେ ସେ ନିଜକୁ ସର୍ବଦା ଫିଟ୍‌ ରଖିବାକୁ କେତେ ଚେଷ୍ଟିତ ତାହା ଜଣାପଡେ। କାରଣ ଗୋଟିଏ ଦିନ କିମ୍ବା ଦୁଇ ଦିନ ନୁହେଁ ବର୍ଷ ବର୍ଷ ଧରି ସେ ଏହାକୁ ଜୀବନଶୈଳୀରେ ପରିଣତ କରିଦେଇଛନନ୍ତି। ସେ ଏବେ ଗ୍ରିଲ୍ଡ ଏବଂ ସିଝା ଖାଦ୍ୟ ଖାଉଛନ୍ତି। ବିନା ଚିନିରେ କଫି ସହ ତାଜା ଫଳରସ ତାଙ୍କ ଦୈନିକ ଖାଦ୍ୟପେୟରେ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri