୫ବର୍ଷ ପରେ ଅପମୃତ୍ୟୁ ହେଲା ହତ୍ୟା ମାମଲା: ଜଙ୍ଗଲକୁ ନେଇ ହତ୍ୟା କରିଥିଲେ ସ୍ବାମୀ

ଭଞ୍ଜନଗର,୨୯।୮(ଡି.ଏନ.ଏ)- ଗଞ୍ଜାମ ଜିଲା ତାରସିଂ ଥାନା ଝାଲିଆଗୋଚ୍ଛା ଗ୍ରାମରେ ୨୦୧୫ରେ ଘଟିଥିବା ଏକ ଅପମୃତ୍ୟୁ ମାମଲା ୫ବର୍ଷ ପରେ ହତ୍ୟା ମାମଲାରେ ପରିଣତ ହୋଇଛି। ଅଭିଯୁକ୍ତ ସ୍ବାମୀ ରାଜୁ ନାଇକ ସ୍ତ୍ରୀ ମାଧୁରି ନାଇକଙ୍କୁ ହତ୍ୟା କରିଥିବା ପୋଲିସ ନିକଟରେ ଶନିବାର ସ୍ବୀକାର କରିଛି। ଫଳରେ ହତ୍ୟା ଅଭିଯୋଗରେ ରାଜୁଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।
ପ୍ରକାଶ ଯେ, ରାଜୁ ପ୍ରଥମ ସ୍ତ୍ରୀଙ୍କୁ ଛାଡି ଦେଇଥିଲେ। ତାଙ୍କର ୨ ପୁଅ ଥିଲା। ୨୦୧୨ରେ ରୁଢ଼ାପଦରର ମାଧୁରିଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ମାଧୁରି ମଧ୍ୟ ପ୍ରଥମ ସ୍ବାମୀଙ୍କୁ ଛାଡି ରାଜୁଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ବିବାହର କିଛି ମାସ ପରେ ରାଜୁ ମାଧୁରିର ଚରିତ୍ରକୁ ସନ୍ଦେହ କରି ବିଭିନ୍ନ ସମୟରେ ପାଟିତୁଣ୍ଡ କରୁଥିଲେ। ଏହାପରେ ତାଙ୍କୁ ହତ୍ୟା ପାଇଁ ଯୋଜନା କରିଥିଲେ। ୨୦୧୫ ଫେବୃୟାରୀ ୫ରେ ରାଜୁ ଓ ମାଧୁରି ମିଶି ଗ୍ରାମ ଜଙ୍ଗଲକୁ କାଠ ଆଣିବାକୁ ଯାଇଥିଲେ। ପୂର୍ବ ଯୋଜନା ପ୍ରକାରେ ମାଧୁରିଙ୍କୁ ଜଙ୍ଗଲରେ ରାଜୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ପରେ ଚେନ୍ନାଇ ଚାଲିଯାଇଥିଲେ। ଉଭୟଙ୍କ ନିଖୋଜ ନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୨/୧୫ରେ ପ୍ରଥମେ ଏକ ନିଖୋଜ ମାମଲା କରିଥିଲା। ଘଟଣାର ୪୦ଦିନ ପରେ ଜଙ୍ଗଲରୁ ମାଧୁରିଙ୍କ କଙ୍ଗାଳ ମିଳିଥିଲା। ଫଳରେ ପୋଲିସ ନଂ.୪/୧୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ଏହାପରେ ରାଜୁ ଉପରେ ପୋଲିସର ସନ୍ଦେହ ହୋଇଥିଲା। କିନ୍ତୁ ତାର ପତ୍ତା ମିଳି ନ ଥିଲା। ଇତିମଧ୍ୟରେ ରାଜୁ ଚେନ୍ନାଇରୁ ଗ୍ରାମକୁ ଫେରିଥିଲେ। ସୂଚନା ପାଇ ପୋଲିସ ଥାନାକୁ ନେଇ ପଚରାଉଚରା ପରେ ସ୍ତ୍ରୀଙ୍କୁ ହତ୍ୟା କରିଥିବା ସ୍ବୀକାର କରିଛି ବୋଲି ଥାନା ଅଧିକାରୀ ସବ୍ୟସାଚ୍ଚୀ ମଲ୍ଲ ସୂଚନା ଦେଇଛନ୍ତି। ନଂ.୧୭୯/୨୦ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ...

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର...

ପଦ୍ମନାଭପୁର ଶିଶୁ ମନ୍ଦିରର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ‘ଶ୍ରୀଧାମ’ ଆବାସିକ ବିଦ୍ୟାଳୟର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri