ସୁଜାତାନଗରବାସୀ ଜଳବନ୍ଦୀ: ଏସ୍‌ଆର୍‌ସିଙ୍କୁ ଟୁଇଟ୍‌ ପରେ ମଧ୍ୟ ପଦକ୍ଷେପ ଶୂନ

ପୁରୀ ଅଫିସ,୩୦। ୮: ପ୍ରତିବର୍ଷ ବର୍ଷାଦିନେ ସୁଜାତାନଗର ଏବଂ ମାଟିତୋଟା ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ମାସାଧିକ କାଳ ସେମାନେ ଜଳବନ୍ଦୀ ଜୀବନ ବିତାଇଥାନ୍ତି। ଏଥର ମଧ୍ୟ ସମ୍ପୃକ୍ତ ଅଞ୍ଚଳରେ ସମାନ ଦୁର୍ଦ୍ଦଶା ଦେଖିବାକୁ ମିଳିଛି। ଦୁଇଦିନ ପୂର୍ବରୁ ହୋଇଥିବା ବର୍ଷା ଯୋଗୁ ସୁଜାତା ନଗର ଓ ମାଟିତୋଟା ଅଞ୍ଚଳରେ ପାଣି ଜମି ରହିଛି। ଗୋଟିଏ ପଟେ ବାଇପାସ୍‌ ରୋଡ୍‌ ଯାଇଥିବା ଏବଂ ଅନ୍ୟପଟେ ଏହା ଖାଲୁଆ ଅଞ୍ଚଳ ହୋଇଥିବାରୁ ବର୍ଷାପାଣି ନିଷ୍କାସନ ହୋଇପାରୁ ନାହିିଁ। ଗତ ୩/୪ ବର୍ଷ ହେଲା ଏହି ସମସ୍ୟା ଉତ୍କଟ ରୂପ ଧାରଣ କରୁଛି। ଏ ନେଇ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରୁଥିଲେ ମଧ୍ୟ କୌଣସି ସ୍ଥାୟୀ ପଦକ୍ଷେପ ନିଆଯାଉ ନାହିିଁ। ବାଇପାସ୍‌ ନିର୍ମାଣ ନ ହେବା ପୂର୍ବରୁ ପାଣି ନିଷ୍କାସନ ହୋଇ ଯାଉଥିଲା। ମାତ୍ର ଏବେ ଦୀର୍ଘଦିନ ଧରି ପାଣି ଜମି ରହୁଥିବାରୁ ସମ୍ପୃ୍‌କ୍ତ ଅଞ୍ଚଳବାସୀ ଦୁର୍ଦ୍ଦଶାରେ ଦିନ କାଟୁଛନ୍ତି। ସୁଜାତାନନଗର, ମାଟିତୋଟା ପଞ୍ଚମ ଲେନ୍‌ ରାସ୍ତାରେ ଅଣ୍ଟାଏ ଉଚ୍ଚର ପାଣି ଜମିଛି। ଫଳରେ ଲୋକେ ବାହାରକୁ ବାହାରି ପାରୁନାହାନ୍ତି। ଅତ୍ୟାବଶ୍ୟକ କାମରେ ବାହାରିଲେ ବି ବିଭିନ୍ନ ପ୍ରକାର ସଂକ୍ରାମକ ରୋଗର ଭୟ ରହୁଛି। କେତେକ ଲୋକଙ୍କଠାରେ ଚର୍ମରୋଗ ଦେଖାଦେଲାଣି ବୋଲି ମାଟିତୋଟା ପଞ୍ଚମ ଲେନ୍‌ର ପ୍ରବୀର ରାୟ କହିଛନ୍ତି। ଏ ନେଇ ସେମାନେ ଜିଲା ପ୍ରଶାସନ ଏପରି କି ଏସ୍‌ଆର୍‌ସିଙ୍କୁ ମଧ୍ୟ ଟୁଇଟ୍‌ କରି ଜଣାଇଛନ୍ତି। କିନ୍ତୁ କୌଣସି ପଦକ୍ଷେପ ନିଆଯାଇ ନ ଥିବା ରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri