ଓଡ଼ିଶାରେ କୃଷି ପରେ କର୍ମ ସଂସ୍ଥାନ ଯୋଗାଉଛି ବୟନ ଶିଳ୍ପ: ମନ୍ତ୍ରୀ

ଭୁବନେଶ୍ୱର, ୩୦। ୮(ବ୍ୟୁରୋ): ଦେଶର ପୂର୍ବ ଓ ଉତ୍ତର ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ପାଇଁ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ପକ୍ଷରୁ ଗ୍ରାମୀଣ କାରିଗରଙ୍କ ସଶକ୍ତୀକରଣ ନିମନ୍ତେ ‘ହସ୍ତକାରୀ’ ନାମରେ ଏକ ଅଭିନବ ଉପକ୍ରମ ଆରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଶନିବାର ଏକ ପ୍ରାନ୍ତୀୟ ୱେବିନାର ଆୟୋଜିତ ହୋଇଥିଲା। ରାଜ୍ୟ ଶିଳ୍ପ, ଶକ୍ତି ତଥା ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଏଥିରେ ଅଂଶ ଗ୍ରହଣକରି ଓଡ଼ିଶାର କାରିଗର ଓ ଶିଳ୍ପୀଙ୍କ ଦକ୍ଷତା ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ।

ସେ କହିଲେ, ସମ୍ପ୍ରତି ସିଆଇଆଇ ଓଡ଼ିଶା ଚାପ୍ଟର ରାଜ୍ୟରେ କ୍ଷୁଦ୍ର ଶିଳ୍ପ ଓ ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରିବା ଦିଗରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛି। ଓଡ଼ିଶାରେ ବିପୁଳ ଖଣିଜ ସମ୍ପଦ, ସୁଦୀର୍ଘ ଉପକୂଳ, ପ୍ରାକୃତିକ ସମ୍ପଦ, ଜଳ ସମ୍ପଦ, ଗମନାଗମନର ସୁବିଧା ପ୍ରଭୃତି ଆମ ପାଇଁ ବଡ଼ ସମ୍ବଳ। ଏଥିସହିତ ଓଡ଼ିଶାର ସମ୍ବଲପୁରୀ ଶାଢ଼ି, ମାଣିଆବନ୍ଧ ପାଟ, ରଘୁରାଜପୁରର ପଟଚିତ୍ର ସହ ଆଦିବାସୀ କଳାଶୈଳୀର ବହୁ ସୁନାମ ଓ ଆଦୃତି ରହିଛି। କୃଷି ପଛକୁ ଯଦି କୌଣସି ବୃତ୍ତି ଅଧିକ ଲୋକଙ୍କୁ କର୍ମ ସଂସ୍ଥାନ ଯୋଗାଉଛି ତାହା ହେଲା ବୟନ ଶିଳ୍ପ। ତେଣୁ ଏକ୍ଷେତ୍ରରେ ବ୍ୟାପକ ସୁଯୋଗ ରହିଥିବା ସେ ଦର୍ଶାଇଥିଲେ। ସେହିପରି ଅନ୍ୟ ହସ୍ତ କାରିଗରିରେ ଓଡ଼ିଶା ଅଗ୍ରଣୀ ତଥା ଦକ୍ଷ। ରାଜ୍ୟର କଂସା-ପିତ୍ତଳ କାମ, ରୁପା ତାରକସୀ କାମ, ଟେରାକୋଟା, ଚାନ୍ଦୁଆ ପ୍ରଭୃତି ଶିଳ୍ପୀଙ୍କ ଦକ୍ଷତା ପ୍ରତିପାଦିତ କରେ ବୋଲି ମନ୍ତ୍ରୀ ଦର୍ଶାଇଥିଲେ।

ତ୍ରିପୁରା ଉପମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ବର୍ମା, ଭାରତ ସରକାରଙ୍କ ଶିଶୁ ଓ ମହିଳା ବିକାଶ ମନ୍ତ୍ରୀ ଦେବଶ୍ରୀ ଚୌଧୁରୀ, ସିକିମ ବାଣିଜ୍ୟ ଶିଳ୍ପ ଏବଂ ପର୍ଯ୍ୟଟନ ଓ ନାଗରିକ ଉଡ଼ାଣ ମନ୍ତ୍ରୀ ବେଦୁ ସିଂ ପନ୍ଥ, ସିଆଇଆଇ ଅଧ୍ୟକ୍ଷ, ପୂର୍ବାଞ୍ଚଳ ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଭିଜିତ ରାୟ, ସିଆଇଆଇର ଉତ୍ତର ପୂର୍ବାଞ୍ଚଳ ପରିଷଦ ସଦସ୍ୟ ଡ. ଅତୋଷୀ ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri