ଜେଇଇ ପରୀକ୍ଷାର୍ଥୀଙ୍କ ପାଇଁ ଏସବୁ ସୁବିଧା କଲା ଗଞ୍ଜାମ ଜିଲା ପ୍ରଶାସନ: ଟୁଇଟ କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର,୩୦।୮(ଡି.ଏନ୍‌.ଏ.): ଜେଇଇ ପରୀକ୍ଷାର୍ଥୀମାନଙ୍କ ପାଇଁ ରହିବା, ବସ୍‌ ଆଦି ସମସ୍ତ ସୁବିଧା କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଟୁଇଟ କରି ସୂଚନା ଦେଇଛନ୍ତି। ଶିତଳାପଲ୍ଲୀସ୍ଥିତ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଓ ଖଲିକୋଟ କଲେଜ ଅଞ୍ଚଳରେ ଥିବା ଆଇଓଏନ୍‌ ଡିଜିଟାଲ ଜୋନ ( ଆଇଡିଜେଡ) କେନ୍ଦ୍ରରେ ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ବ୍ରହ୍ମପୁର ଆଇଟିଆଇରେ ରହିବା ପାଇଁ ସରକାରୀ ସୁବିଧା ହୋଇଛି।
ସେହିପରି ଗୋଳନ୍ଥରାସ୍ଥିତ ଆଇଓଏନ୍‌ ଡିଜିଟାଲ ଜୋନ ( ଆଇଡିଜେଡ)ଓ ଭିଗନାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଟେକ୍ନୋଲୋଜି ମ୍ୟାନେଜମେଣ୍ଟ ଏମ୍‌ଏସି ସେଣ୍ଟରରେ ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ପାଲୁରହିଲ ସ୍ଥିତ ବିଜୁ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟରେ ରହିବା ପାଇଁ ସରକାରୀ ସୁବିଧା କରାଯାଇଛି। ଏଥିସହ ବ୍ରହ୍ମପୁର, ଗୋପାଳପୁର ଓ ହଳଦିଆପଦରଠାରେ ଥିବା ୧୫ ଟି ହୋଟେଲରେ ସାଧାରଣ ଭଡା ଦେଇ ରହିବାର ବ୍ୟବସ୍ଥା ହୋଇଛି। ଭୁବନେଶ୍ୱରଠାରେ ଜେଇଇ ପରୀକ୍ଷା ଦେବାକୁ ଯିବା ପାଇଁ ଗଞ୍ଜାମ ଜିଲାପ୍ରଶାସନ ପକ୍ଷରୁ ବସ୍‌ର ସୁବିଧା କରାଯାଇଛି। ଏହି ବସ୍‌ ୩୧ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ବ୍ରହ୍ମପୁର ଆଇଟିଆଇରୁ ଛାଡିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri