Posted inଫୁରସତ

ଫେସ୍‌ବୁକରୁ ପ୍ରେମ; ବିବାହ ପାଇଁ ଗୁଜରାଟରୁ ପାଟନା ଆସିଲେ ହୀରା ବ୍ୟବସାୟୀଙ୍କ ଝିଅ

ପାଟନା, ୩୧।୮: ଫେସ୍‌ବୁକ୍‌ରୁ ଆରମ୍ଭ ହୋଇଥିଲା ବନ୍ଧୁତ୍ୱ। ଏହାପରେ ଏହା ପ୍ରେମକୁ ରୂପାନ୍ତରିତ ହୋଇଥିଲା। ପରିବର୍ତ୍ତନଶୀଳ ଦୁନିଆରେ ଏବଂ ଡିଜିଟାଲ ଦୁନିଆରେ ଏହା ଏକ ସାଧାରଣ କଥା। କିନ୍ତୁ ବିହାରର ପାଟନାରେ ଏମିତି ଏକ ବିବାହ ଅନୁଷ୍ଠିତ ହୋଇଯାଇଛି ଯାହା ସମସ୍ତଙ୍କ ଚକିତ କରିଦେଇଛି। ଗୁଜରାଟରେ ହୀରା ବ୍ୟବସାୟ କରୁଥିବା ଜଣେ ବ୍ୟକ୍ତିଙ୍କ ଝିଅ ଚାର୍ଟାଡ ଆକାଉଣ୍ଟାଟ୍‌ ପାଠ ପଢ଼ୁଥିବା ଆକାଶ ନାମକ ଜଣେ ଦିବ୍ୟାଙ୍ଗ ଯୁବକଙ୍କୁ ବିବାହ କରିଛନ୍ତି। ବିବାହ କରିବା ପାଇଁ ଯୁବତୀଜଣଙ୍କ ଗୁଜରାଟରୁ ଆକାଶଙ୍କ ଘର ପାଟନାକୁ ପଳାଇ ଆସିଥିଲେ। ରବିବାର ରାତିରେ ପାଟନା ଗାନ୍ଧୀ ମଇଦାନ ପୋଲିସ ଷ୍ଟେସନ ନିକଟସ୍ଥ ଏକ ମନ୍ଦିରରେ ଯୁବତୀଜଣଙ୍କ ନିଜର ଦିବ୍ୟଙ୍ଗ ପ୍ରେମିକଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଏହାପରେ ପୁଅ ଘର ପକ୍ଷରୁ ନବଦମ୍ପତ୍ତିଙ୍କୁ ଆଶୀର୍ବାଦ ପ୍ରଦାନ କରାଯାଇଥିଲା। କିନ୍ତୁ ଠିକ୍‌ ଏତିକିବେଳେ ସବୁକିଛି ଓଲଟପାଲଟ ହୋଇଯାଇଥିଲା। ଗୁଜରାଟ ପୋଲିସ ଓ ପାଟନା ପୋଲିସ ମିଳିତଭାବେ ଘଟଣାସ୍ଥଳରେ ପହଞ୍ଚି ପ୍ରେମୀ ଯୁଗଳଙ୍କୁ ଗିରଫ କରିଥିଲେ। ଏହାପରେ ଉଭୟଙ୍କ ସ୍ଥାନୀୟ କଦମକୁଅଁା ଥାନାକୁ ନିଆଯାଇଥିଲା। ଯେଉଁଠାରୁ ଗୁଜରାଟ ପୋଲିସ ପ୍ରେମୀ ଯୁଗଳଙ୍କୁ ବିମାନରେ ନେଇ ପଳାଇଥିଲା। କମଦକୁଅଁା ଥାନା ଅଧିକାରୀ କହିଛନ୍ତି, ଝିଅକୁ ନେଇ ପଳାଇ ଆସିଥିବା ଅଭିଯୋଗରେ ପ୍ରେମିକ ଆକାଶଙ୍କ ନାମରେ ପ୍ରେମିକାଙ୍କ ବାପା ତଥା ହୀରା ବ୍ୟବସାୟୀ ଗୁଜରାଟ ପୋଲିସ ନିକଟରେ ମାମଲା ରୁଜୁ କରିଥିଲେ। ଝିଅ ନାବାଳିକା ଥିବା ଅଭିଯୋଗରେ କୁହାଯାଇଛି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri