ବିରାଟ କୋହଲିଙ୍କ ଦଳରେ ସାମିଲ ହେଲେ ଏହି ଅଷ୍ଟ୍ରେଲୀୟ କ୍ରିକେଟର୍‌

ଦୁବାଇ, ୧।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍‌କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜିତ କରାଯାଇଛି। ସମସ୍ତ ଫ୍ରାଞ୍ଚାଇଜ ୟୁଏଇରେ ପହଞ୍ଚି ସାରିଛନ୍ତି। ଆଇପିଏଲ୍‌ ଆରମ୍ଭ ହେବାକୁ ୨ ସପ୍ତାହରୁ ଅଧିକ ସମୟ ବାକି ରହିଥିବାବେଳେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଅଷ୍ଟ୍ରେଲୀୟ ଦ୍ରୁତ ବୋଲର କେନ୍‌ ରିଚାର୍ଡସନଙ୍କ ସ୍ଥାନରେ ସ୍ପିନର ଆଡାମ ଜାମ୍ପାଙ୍କୁ ଦଳରେ ସାମିଲ କରାଯାଇଛି। ଅଷ୍ଟ୍ରେଲୀୟ ଲେଗ୍‌-ସ୍ପିନର ଜାମ୍ପା ଦଳରେ ସାମିଲ ହୋଇଥିବା ନେଇ ଆର୍‌ସିବି ପକ୍ଷରୁ ଏହାର ଅଫିସିଆଲ ଟୁଇଟର୍‌ ଆକାଉଣ୍ଟରେ ସୂଚନା ଦିଆଯାଇଛି। ଜାମ୍ପା ଏକମାତ୍ର ସ୍ପିନର ଭାବେ ଆଇପିଏଲ୍‌ରେ ଗୋଟିଏ ମ୍ୟାଚ୍‌ରେ ୬ ଉଇକେଟ୍‌ ଅକ୍ତିଆର କରିଛନ୍ତି। ୨୦୧୬ରେ ସେ ରାଇଜିଂ ପୁନେ ସୁପର୍‌ ଜିଆଣ୍ଟ୍ସ ପକ୍ଷରୁ ପ୍ରତିନିଧିତ୍ୱ କରି ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷରେ ୧୯ ରନ୍‌ ବ୍ୟୟରେ ଏହି ସଫଳତା ପାଇଥିଲେ। ୟୁଏଇ ପରିବେଶରେ ସେ ବାଙ୍ଗାଲୋର ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ଟିମ୍‌ ମ୍ୟାନେଜମେଣ୍ଟ ଆଶା ରଖିଛି। ଜାମ୍ପାଙ୍କ ପୂର୍ବରୁ ବାଙ୍ଗାଲୋର ଦଳରେ ୟୁଜବେନ୍ଦ୍ର ଚହଲ, ଓ୍ବାଶିଂଟନ ସୁନ୍ଦର, ପଓ୍ବନ ନେଗୀ, ମୋଇନ ଅଲୀ ଓ ଶାହବାଜ ଅହମ୍ମଦଙ୍କ ରୂପରେ ୫ ଜଣ ସ୍ପିନର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri