କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟର ଡେପୁଟି ଡାଇରେକ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୩ା୯ (ବ୍ୟୁରୋ)- ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ଆଉଜଣେ ଉଚ୍ଚପଦସ୍ଥ ସରକାରୀ ଅଫିସର। ସେ ହେଲେ ଡାଇରେକ୍ଟୋରେଟ୍‌ ଅଫ୍‌ ଫ୍ୟାକ୍ଟୋରିଜ୍‌ ଆଣ୍ଡ୍‌ ବଏଲର୍ସ ବା କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟର ଡେପୁଟି ଡାଇରେକ୍ଟର ରମେଶ ଚନ୍ଦ୍ର ବେହେରା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଚଢାଉ କରିଛି। ଚଢ଼ାଉ ସ୍ଥାନ ମଧ୍ୟରେ ଭୁବନେଶ୍ୱରର ଘାଟିକିଆସ୍ଥିତ ବାସଭବନ, କଟକରେ ଥିବା ଶ୍ୱଶୁର ଘର, ଯାଜପୁର କୋରେଇସ୍ଥିତ ପୈତୃକ ବାସଭବନ, କଟକ ସିଡିଏରେ ଥିବା ଫ୍ଲାଟ, କଟକ ଓ ଭୁବନେଶ୍ୱର ଅଫିସ ଏବଂ ପୁଡୁଚେରୀରେ ଥିବା ଘର ରହିଛି। ଭିଜିଲାନ୍ସ ଏସ୍‌ପି ସାର୍ଥକ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଗୁରୁବାର ଭୋର୍‌ ୬ଟାରୁ ଚଢାଉ ଆରମ୍ଭ ହୋଇଥିଲା। ତେବେ ଚଢାଉବେଳେ ଘାଟିକିଆ ବିପୁଲ୍‌ ଗାର୍ଡେନ୍‌ସ୍ଥିତ ବାସଭବନରୁ ନଗଦ ୨ଲକ୍ଷ ଟଙ୍କା ଏବଂ ୫ଶହ ଗ୍ରାମରୁ ଅଧିକ ଓଜନର ସୁନା ଅଳଙ୍କାର ମିଳିଛି। ବିଭିନ୍ନ ବ୍ୟାଙ୍କ୍‌ରେ ସ୍ଥାବର ଅସ୍ଥାବର ସମ୍ପତ୍ତି ଜମା ରହିଥିବା ସୂଚନା ମିଳିବା ପରେ ଖୋଳତାଡ଼ ଆରମ୍ଭ କରିଛି ଭିଜିଲାନ୍ସ ଟିମ୍‌। ଏଥିସହ ସେ ତାଙ୍କ ସମ୍ପର୍କୀୟଙ୍କ ନାମରେ ବିପୁଳ ସମ୍ପତ୍ତି କରିଥିବା ମଧ୍ୟ ଭିଜିଲାନ୍ସ ଅଧିକାରୀମାନେ ଜାଣିବାକୁ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri