Posted inଖେଳ

ପୁନିଆଙ୍କ ସମେତ ୩ ରେସ୍‌ଲରଙ୍କୁ କୋଭିଡ୍‌

ନୂଆଦିଲ୍ଲୀ, ୪ା୯ (ପି.ଟି.): କୋଭିଡ୍‌-୧୯ ଟେଷ୍ଟରେ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ବିଜେତା ଦୀପକ ପୁନିଆଙ୍କ ସମେତ ୩ ଜଣ ସିନିୟର ପୁରୁଷ ରେସ୍‌ଲରଙ୍କ ଫଳାଫଳ ପଜିଟିଭ୍‌ ଆସିଥିବା ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଗୁରୁବାର କହିଛି। ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ପୁନିଆ (୮୬କେଜି)ଙ୍କ ବ୍ୟତୀତ ଅନ୍ୟ ଯେଉଁ ଦୁଇ ଜଣଙ୍କର ପଜିଟିଭ୍‌ ଆସିଛି ସେମାନେ ହେଲେ ନବୀନ ଏବଂ କ୍ରିଷନ (୧୨୫କେଜି)। ସୋନେପତ୍‌ସ୍ଥିତ ସାଇ ସେଣ୍ଟରରେ ଆୟୋଜିତ ଜାତୀୟ କ୍ୟାମ୍ପ ଆରମ୍ଭ ପୂର୍ବରୁ ରେସଲରମାନେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏହି ରେସ୍‌ଲରମାନଙ୍କୁ ସାଇର ତାଲିକାଭୁକ୍ତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରୋଟୋକଲ ଅନୁସାରେ କ୍ୟାମ୍ପରେ ରିପୋର୍ଟ କରିବାପରେ କୋଭିଡ୍‌-୧୯ ଚିହ୍ନଟ ପାଇଁ କୋଚ୍‌ ଓ ସପୋର୍ଟ ଷ୍ଟାଫ୍‌ଙ୍କ ସହିତ ସମସ୍ତ ରେସ୍‌ଲରଙ୍କର ଆରଟି-ପିସିଆର୍‌ ଟେଷ୍ଟ ବାଧ୍ୟତାମୂଳକ। ରେସ୍‌ଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଆସିଷ୍ଟାଣ୍ଟ ସେକ୍ରେଟାରୀ ବିନୋଦ ତୋମାର କହିଛନ୍ତି ୩ଜଣ କରୋନା ପିଜିଟିଭ ବାହାରିଥିଲେ ମଧ୍ୟ କ୍ୟାମ୍ପ୍‌ ଅନୁଷ୍ଠିତ ହେବ। ଦୁଇ ଦିନ ପରେ ଏହି ରେସଲରମାନଙ୍କର ପୁଣି ଟେଷ୍ଟ ହେବ। ରେସଲରମାନେ ୧୪ ଦିନ କ୍ୱାରାଣ୍ଟାଇନ୍‌ ପିରିୟଡ ଶେଷ କରିବା ପରେ ଟ୍ରେନିଂ ଆରମ୍ଭ ହେବ ବୋଲି ତୋମାର କହିଛନ୍ତି। କ୍ୟାମ୍ପରେ ଯୋଗ ଦେବା ଲାଗି ରେସ୍‌ଲରମାନେ ସେପ୍ଟେମ୍ବର ୧ରେ ଏକତ୍ରିତ ହୋଇଛନ୍ତି। ପୂର୍ବରୁ ଏସୀୟ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ତଥା ଏକମାତ୍ର ମହିଳା ରେସ୍‌ଲର ଭାବେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଭିନେଶ ଫୋଗତ୍‌ଙ୍କର କରୋନା ପଜିଟିଭ୍‌ ହୋଇଥିଲା। ଫଳରେ ସେ ଗତ ସପ୍ତାହରେ ଅନୁଷ୍ଠିତ ଜାତୀୟ କ୍ରୀଡ଼ା ଉତ୍ସବରେ ଖେଳରତ୍ନ ପୁରସ୍କାର ଗ୍ରହଣ କରିବା ଲାଗି ଉପସ୍ଥିତ ହୋଇପାରି ନ ଥିଲେ। ଭିନେଶ ୫୩ କେଜି କାଟେଗୋରିରେ ଭାଗ ନେଇଥାନ୍ତି। ପ୍ରତିଷେଧକମୂଳକ ବ୍ୟବସ୍ଥା ସ୍ବରୂପ ସେ ପୂର୍ବ ଭଳି ଆଇସୋଲେଶନରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri