ଭୂମିହୀନଙ୍କୁ ପଟ୍ଟା ମାମଲା: ଆର୍‌ଡିସିଙ୍କ ବିରୋଧରେ କଣ୍ଟେପ୍ଟ କେସ୍‌ ରୁଜୁ

କେନ୍ଦ୍ରାପଡ଼ା ଅଫିସ,୪।୯: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ତହସିଲ ଅଞ୍ଚଳରେ ଜମି ଥାଇ ମଧ୍ୟ ଭୂମିହୀନ ଯୋଜନାରେ ସାମିଲ ହେଉଛନ୍ତି। ଏପରି ଅଭିଯୋଗର ବିଚାର ପାଇଁ ରାମନଗର ଗ୍ରାମର ଅମିତାଭ ଚାନ୍ଦ ଉଚ୍ଚ ନ୍ୟାୟାଳୟଙ୍କ ଆଶ୍ରୟ ନେଇଥିଲେ। ଉଚ୍ଚ ନ୍ୟାୟାଳୟ ଏହି ସମସ୍ୟାକୁ ୪ ମାସ ମଧ୍ୟରେ ସମାଧାନ ପାଇଁ ଗତ ଜାନୁୟାରୀରେ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଅଦ୍ୟାବଧି ସମାଧାନ ହୋଇନାହିଁ। ଏହି ପରିପ୍ରେକ୍ଷୀରେ ଅଭିଯୋଗକାରୀ ଚାନ୍ଦ ଆର୍‌ଡିସିଙ୍କ ବିରୋଧରେ ଏକ କଣ୍ଟେପ୍ଟ କେସ୍‌ (ନଂ ୩୨୬୦/୨୦) କରିଛନ୍ତି। ଅଭିଯୋଗକାରୀ ଚାନ୍ଦ କୁହନ୍ତି, ଜନସାଧାରଣଙ୍କ ବାସସ୍ଥାନ ପରି ମୌଳିକ ଆବଶ୍ୟକତାକୁ ପୂରଣ ପାଇଁ ଭୂମିହୀନଙ୍କୁ ସ୍ଥାନ ଚିହ୍ନଟ ସହ ପଟ୍ଟା ଯୋଗାଇ ଦେଉଛନ୍ତି। ତେବେ ମହାକାଳପଡା ତହସିଲ ଅଞ୍ଚଳରେ ଏହାର ଦୁରୁପଯୋଗ ହେଉଛି। ଖରିନାସୀ ମୌଜା ଖାତା ନଂ.୬୭/୩୭ରେ ଦିଆଯାଇଥିବା ହିତାଧିକାରୀଙ୍କର ୨୦ ଏକରରୁ ଅଧିକ ସମ୍ପତ୍ତି ଅଛି। ଏଥିସହିତ ଏହି ପରିବାରର ରାମନଗର ଅଞ୍ଚଳରେ ବହୁତାଲା ବିଶିଷ୍ଟ ଘର, ଲେଦ୍‌ ବ୍ୟବସାୟ, ରାଶନ ବ୍ୟବସାୟ ସହିତ ଚାରିଚକିଆ ଗାଡି ଅଛି। ଏସବୁ ସୂଚନା ଅଧିକାର ଆଇନ ବଳରେ ଜାଣିବାକୁ ମିଳିଛି। ଏହି ପରିବାର ପରି ବହୁ ବ୍ୟକ୍ତିଙ୍କୁ ଭୂମିହୀନ ଦର୍ଶାଇ ଘର ପାଇଁ ପଟ୍ଟା ଦିଆଯାଉଥିବାରୁ ଉଚ୍ଚ ନ୍ୟାୟାଳୟଙ୍କ ଆଶ୍ରା ଲୋଡିଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ

ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri