Posted inଜାତୀୟ

୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ମାମଲା: ସଜ୍ଜନ କୁମାରଙ୍କୁ ମିଳିଲାନି ଜାମିନ

ନୂଆଦିଲ୍ଲୀ,୪।୯: ପୂର୍ବତନ କଂଗ୍ରେସ ନେତା ସଜ୍ଜନ କୁମାରଙ୍କୁ ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ ସୁପ୍ରିମକୋର୍ଟ ଜାମିନ ଦେବାକୁ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ସଜ୍ଜନଙ୍କ ନାମିନ ଆବେଦନକୁ ଶୁକ୍ରବାର ଖାରଜ କରି ଦେଇଛନ୍ତି। ସୁପ୍ରିମକୋର୍ଟର ଫିଜିକାଲ ଶୁଣାଣି କରାଗଲା ପରେ ଯାଇ ଏହି ମାମଲାର ଶୁଣାଣି କରାଯିବ ବୋଲି କୋର୍ଟ କହିଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ସଜ୍ଜନ କୁମାର ଜାମିନ ଆବେଦନ କରିଥିବା ବେଳେ କୋର୍ଟ କହିଛନ୍ତି ତାଙ୍କର ସେମିତି କିଛି ସ୍ବାସ୍ଥ୍ୟ ସମସ୍ୟା ନାହିଁ। ଯେଉଁଥିପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି ହେବା ଦରକାର ପଡିବ। ସୂଚନାଯୋଗ୍ୟ, ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ସଜ୍ଜନ କୁମାର ଆଜୀବନ କାରାଦଣ୍ଡ ଭୋଗ କରୁଥିବା ବେଳେ ତାଙ୍କ ଓକିଲ ବିକାଶ ସିଂ କହିଥିଲେ ଗତ ପ୍ରାୟ ୨୦ ମାସ ହେବ ସଜ୍ଜନ (୭୪)ଜେଲରେ ରହିଛନ୍ତି। ତାଙ୍କ ଶରୀରର ଓଜନ ପାଖାପାଖି ୮-୧୦ କିଲୋ କମ୍‌ ହୋଇଯାଇଛି। ତେଣୁ ଏବେ ତାଙ୍କ ଚିକିତ୍ସା ଜରୁରୀ। ଏସବୁ ପରେ କିନ୍ତୁ କୋର୍ଟ ସଜ୍ଜନଙ୍କ ଜାମିନା ଆବେଦନକୁ ଖାରଜ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri