ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡ଼ିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ପକ୍ଷୀ ଜଳାଶୟରେ କାଗଜ ପକାଇ ମାଛ ଧରୁଥିବା ଦେଖିବାକୁ ମିଳୁଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


