Posted inଖେଳ

ମହିଳା ହାଫ୍‌ ମାରାଥନ: ପେରେସଙ୍କ ବିଶ୍ୱ ରେକର୍ଡ

ପ୍ରେଗ୍‌, ୬।୯(ଏପି): କେନିଆର ପେରେସ ଜେପ୍‌ଚିର୍‌ଚିର ଏଠାରେ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ଏକମାତ୍ର ହାଫ୍‌ ମାରାଥନରେ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ସେ ୧ ଘଣ୍ଟା ୫ ମିନିଟ ୩୪ ସେକେଣ୍ଡ ନେଇ ଏହି ସଫଳତା ପାଇଛନ୍ତି। ପ୍ରତିଯୋଗିତାରେ ଅଳ୍ପ ସଂଖ୍ୟକ ରନର ଭାଗ ନେଇଥିବାବେଳେ ଚେକ୍‌ ରାଜଧାନୀର ଲେଟ୍‌ନା ପାର୍କରେ ଆୟୋଜିତ ରେସ୍‌ରେ ୨୬ ବର୍ଷୀୟା ପେରେସ ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ। ପୂର୍ବରୁ ବିଶ୍ୱ ରେକର୍ଡ ଟାଇମିଂ ଥିଲା ୧:୦୬.୧୧ ସେକେଣ୍ଡ। ସ୍ପେନର ଭଲେନ୍ସିଆରେ ୨୦୧୮ରେ ଅନୁଷ୍ଠିତ ଓ୍ବାଲର୍‌ଡ ହାଫ୍‌ ମାରାଥନ ଚାମ୍ପିୟନଶିପ୍‌ରେ ଇଥିଓପିଆର ନେଟସାନେଟ ଗୁଡେଟା ଏହି ସମୟ ନେଇ ଏପର୍ଯ୍ୟନ୍ତ ରେକର୍ଡର ଅଧିକାରିଣୀ ଥିଲେ। ”ମୁଁ ୧:୦୪.୫୦ ସେକେଣ୍ଡରେ ରେସ୍‌ ଶେଷ କରିବାକୁ ଯୋଜନା କରିଥିଲି। ତେବେ ମୋ ପ୍ରଦର୍ଶନରେ ଖୁସି“ ବୋଲି ଜେପ୍‌ଚିର୍‌ଚିର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri