୧୦ ଲକ୍ଷ କୋଟିର ଋଣ ପୁନର୍ଗଠନ ହୋଇପାରେ

ନୂଆଦିଲ୍ଲୀ,୭।୯ : ବ୍ୟାଙ୍କଗୁଡିକ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାର ଋଣକୁ ପୁନର୍ଗଠନ କରିପାରନ୍ତି। କୋଭିଡ୍‌ ଦ୍ୱାରା ବେଶି କ୍ଷତିଗ୍ରସ୍ତ ହୋଇଥିବା ପ୍ରାୟ ୫ରୁ ୬ କ୍ଷେତ୍ର ସହିତ ଏହି ଋଣଗୁଡିକର ସମ୍ପର୍କ ରହିଛି ବୋଲି ଜଣାପଡିଛି। ବେସାମରିକ ବିମାନ ଚଳାଚଳ, ବାଣିଜି୍ୟକ ରିୟଲ ଇଷ୍ଟେଟ, ହସ୍ପିଟାଲିଟି ଏବଂ ଟୁରିଜିମ ଭଳି ଅନ୍ୟ କ୍ଷେତ୍ର ଏଥିରେ ସାମିଲ ରହିବ ବୋଲି ବ୍ୟାଙ୍କିଙ୍ଗ ଶିଳ୍ପର ଜଣେ ଅଧିକାରୀ କହିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଋଣ ପୁନର୍ଗଠନ ଯୋଜନା ସମ୍ପର୍କରେ ଘୋଷଣା କରିଥିଲେ। ଚଳିତ ମାସ ୧୫ ସୁଦ୍ଧା ଏହି ଯୋଜନାକୁ ଲାଗୁ କରିବା ଲାଗି ସେ ବ୍ୟାଙ୍କର ସିଇଓ ତଥା ଏନ୍‌ବିଏଫ୍‌ସିର ପ୍ରତିନିଧିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଋଣ ପୁନର୍ଗଠନ ଓ୍ବାନଟାଇମ ହେବ ବୋଲି ଜଣାପଡିଛି। ଏହା ଉଭୟ ବ୍ୟାଙ୍କ ଏବଂ ଋଣ ଗ୍ରହୀତାଙ୍କ ଲାଗି ଲାଭଦାୟକ ହେବ ବୋଲି ଅଧିକାରୀ ଜଣକ କହିଛନ୍ତି। କରୋନା ମହାମାରୀ ପ୍ରଭାବ ବର୍ତ୍ତମାନ ବଜାର ଉପରେ ରହିଥିବାରୁ ଋଣ କିସ୍ତି ପଇଠ କରିବାରେ ଲୋକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ସରକାର ଋଣ ପୁନର୍ଗଠନ ସୁବିଧା ସମ୍ପର୍କରେ ଘୋଷଣା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri