Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ପିଏ କହି ବିଧାୟକ ଓ ଏମ୍‌ପିଙ୍କୁ ଠକୁଥିଲେ ବିଟେକ୍‌ ଛାତ୍ର

ହାଇଦ୍ରାବାଦ,୨୦।୬: ଆନ୍ଧ୍ର ପ୍ରଦେଶରେ ବିଧାୟକଙ୍କ ସହ ଠକେଇର ଏକ ମାମଲା ସାମ୍ନାକୁ ଆସିଛି। ଉକ୍ତ ସହରର ୪ଜଣ ଛାତ୍ର ବିଟେକ ପାଠପଢ଼ା ଛାଡ଼ି ନିଜର ଏକ ଗ୍ୟାଙ୍ଗ କରି ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନଁାରେ ଦଳର ବିଧାୟକଙ୍କଠାରୁ ଟଙ୍କା ହଡ଼ପ କରୁଥିବା ଅଭିଯୋଗ ହୋଇଛି। ଆଉ ଏଥିପାଇଁ ଏହି ଗ୍ୟାଙ୍ଗର ଜଣେ ସଦସ୍ୟ ମୁଖ୍ୟମନ୍ତ୍ରୀଙ୍କ ସଚିବଙ୍କ ନଁାରେ ଫେକ୍‌ ଫୋନ କଲ୍‌ କରି ବିଧାୟକ ଓ ଏମ୍‌ପିଙ୍କ ଠାରୁ ଟଙ୍କା ମାଗୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜୁନ ୬ରେ ଏହି ଗ୍ୟାଙ୍ଗର ଜଣେ ସଦସ୍ୟ ନିଜକୁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀଙ୍କ ସଚିବ ନାଗେଶ୍ୱର ରେଡ୍ଡୀ କହି ଓ୍ବାଇଏସ୍‌ଆର୍‌ କଂଗ୍ରେସର ବିଧାୟକ ଏସ୍‌ ଅପ୍ପାଲାଙ୍କୁ ଫୋନ କରି ମୁଖ୍ୟମନ୍ତ୍ରୀଙ୍କୁ ୧୫ଲକ୍ଷ ଟଙ୍କା ଦରକାର ବୋଲି କହିଥିଲେ। ଏହାପରେ ଜୁନ ୭ରେ ଟିଡିପିର ପୂର୍ବତନ ବିଧାୟକ ବଣ୍ଡାରୁ ସତ୍ୟନାରାୟଣଙ୍କୁ ମଧ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ସଚିବ କହି ଟଙ୍କା ମାଗିଥିଲେ। ଏହାପରେ ସତ୍ୟନାରାୟଣ ଏହି ଘଟଣାର ଯାଞ୍ଚ କରିବାରୁ ଜଣାପଡ଼ିଥିଲା ଯେ, ଏହା ଏକ ଫେକ୍‌ ଫୋନ କଲ୍‌। ଏନେଇ ସେ ସ୍ଥାନୀୟ ଥାନାରେ ଏକ ମାମଲା ରୁଜୁ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏହି ମାମଲାରେ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ବିଷ୍ଣୁ ମୂର୍ତ୍ତୀ, ତରୁଣ କୁମାର, ଜୟ କୃଷ୍ଣ ଓ ଜଗଦୀଶ।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri