ଇନ୍ଦ୍ରଦ୍ୟୁମ୍ନରେ ପଶୁଛି ମଇଳା ପାଣି

ପୁରୀ ଅଫିସ,୭ା୯: ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ପଶୁଛି ମଇଳା ପାଣି। ସ୍ବେରେଜ ନଳା ଫାଟିଯାଇଥିବାରୁ ଏଭଳି ସ୍ଥିତି ଉପୁଜିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଏକାଧିକଥର ବିଭାଗୀୟ ଅଧିକାରୀଙ୍କୁ ଜଣାଇଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିିଁ। ଫଳରେ ପବିତ୍ର ତୀର୍ଥ ପୁଷ୍କରିଣୀର ଏଭଳି ସ୍ଥିତିକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ମଧ୍ୟରୁ ଅନ୍ୟତମ ତୀର୍ଥ ହେଉଛି ଇନ୍ଦ୍ରଦ୍ୟୁମ୍ନ। ହିନ୍ଦୁ ଧର୍ମାବଲମ୍ବୀମାନେ ପବିତ୍ର ପଞ୍ଚତୀର୍ଥରେ ବୁଡ଼ ପକାଇଲେ ପୁରୀକୁ କରିଥିବା ତୀର୍ଥଯାତ୍ରା ସଫଳ ହୁଏ ବୋଲି ବିଶ୍ୱାସ ରଖନ୍ତି। ଏଭଳି ତୀର୍ଥଯାତ୍ରୀଙ୍କ ଭାବାବେଗ ସହ ଜଡ଼ିତ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀର ଉପଯୁକ୍ତ ରକ୍ଷଣାବେକ୍ଷଣ କରାଯାଉ ନାହିଁ। ପ୍ରାୟ ଦୁଇବର୍ଷରୁ ଊର୍ଦ୍ଧ୍ୱ ହେବ ପାଚେରୀ ଭାଙ୍ଗିପଡ଼ିିଥିବାବେଳେ ନିକଟରେ ଏହାର ମରାମତି କରାଯାଇଛି। ମାତ୍ର ପୂର୍ବପଟେ ରାସ୍ତା ତଳେ ଯାଇଥିବା ସ୍ବେରେଜ ବୋର୍ଡ ନଳାର ଗୋଟିଏ ଜଏଣ୍ଟ ସ୍ଥାନ ଫାଟି ଯିବାରୁ ଏଠାରୁ ମଇଳା ପାଣି ବାହାରି ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ମିଶୁଛି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ପୁଷ୍କରିଣୀର ତିନିପାର୍ଶ୍ୱ ପାଚେରୀ ଭାଙ୍ଗିଯାଇଥିଲା। ବହୁ ଦିନ ପର୍ଯ୍ୟନ୍ତ ପାଚେରୀ ମରାମତି କରାଗଲା ନାହିଁ। ମାତ୍ର ନିକଟରେ ଏହା ମରାମତି କରାଯାଇଛି। ପୂର୍ବ ପାର୍ଶ୍ୱରେ ଯେଉଁ ପାଚେରୀ କରାଗଲା ତା’ର ୨/୩ ଫୁଟ ବ୍ୟବଧାନରେ ଗୋଟିଏ ଲେଖାଏ ଗାତ ଖୋଳାଯାଇଛି। ଯଦି ବର୍ଷା ଅଧିକ ହୁଏ କାଳେ ପାଚେରୀ ପୁଣି ଭୁଶୁଡ଼ିଯିବ ସେଥିପାଇଁ ଏହି ଗାତ କରାଯାଇଛି। ତେବେ ଏହି ପୂର୍ବ ପାର୍ଶ୍ୱ ପାଚେରୀ ଭୁଶୁଡ଼ିବା ସମୟରେ ଏହା ନିକଟ ଦେଇ ଯାଇଥିବା ସ୍ବେରେଜ ନଳାର ଜଏଣ୍ଟ ସ୍ଥାନ ଏବଂ ପାନୀୟଜଳ ଯୋଗାଣ ପାଇପ ଫାଟି ଯାଇଥିଲା। ଫଳରେ ସ୍ବେରେଜର ମଇଳା ପାଣି ପୁଷ୍କରିଣୀରେ ପଶୁଥିଲା। ରାସ୍ତା ଉପରେ ଏହି ପାଣି ମାଡ଼ି ଦୁର୍ଗନ୍ଧ ହେଉଥିବାରୁ ସ୍ଥାନୀୟ ବାସିନ୍ଦା ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଇଥିଲେ। ପାଣି ପାଇପ ଫାଟିଥିବା ସ୍ଥାନକୁ ମରାମତି କରାଯାଇ ଜଳ ଯୋଗାଣ ବ୍ୟବସ୍ଥା ସ୍ବାଭାବିକ କରାଯାଇଥିଲେ ମଧ୍ୟ ସ୍ବେରେଜ ନଳା ସେମିତି ରହିଛି। ଫଳରେ ସ୍ବେରେଜ ପାଣି ବାହାରି ପାଚେରୀରେ ଥିବା ଗାତ ମଧ୍ୟ ଦେଇ ଇନ୍ଦ୍ରଦ୍ୟୁମ୍ନରେ ମିଶୁଛି। ସେହିପରି ପୂର୍ବପାର୍ଶ୍ୱ ପୁଷ୍କରିଣୀ କଡ଼ରେ ଥିବା ଡ୍ରେନ ଭାଙ୍ଗି ଯାଇଥିବାରୁ ଏହାର ଆବର୍ଜନା ପାଣି ଇନ୍ଦ୍ରଦ୍ୟୁମ୍ନକୁ ଯାଉଛି। ମାତ୍ର ସ୍ବେରେଜର ମଇଳା ପାଣି ଦୁର୍ଗନ୍ଧ ହେଉଥିବାରୁ ସ୍ଥାନୀୟ ବାସିନ୍ଦା ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ବିଭାଗର ନିର୍ବାହୀ ଯନ୍ତ୍ରୀ ଶରତ ଚନ୍ଦ୍ର ମିଶ୍ର କହିଛନ୍ତି, ସ୍ବେରେଜ ନଳା ଫାଟି ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ମଇଳା ପାଣି ପଶୁଥିବା ବିଷୟରେ ମୋ’ ପାଖରେ ଖବର ନ ଥିଲା। ଯଦି ଏପରି ହୋଇଛି ଏ ଦିଗରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri