Posted inଖେଳ

ଖେଳାଳି ପଜିଟିଭ୍‌ ପାଇଁ ଇଂଲିଶ କାଉଣ୍ଟି ମ୍ୟାଚ ବାତିଲ

ଲଣ୍ଡନ, ୮ା୯ (ପି.ଟି.): କୋଭିଡ୍‌-୧୯ ଟେଷ୍ଟରେ ଜଣେ ଖେଳାଳି ପଜିଟିଭ୍‌ ହେବାରୁ ଦୁଇ ଇଂଲିଶ କାଉଣ୍ଟି ଦଳ ମଧ୍ୟରେ ଖେଳାଯିବାକୁଥିବା ୪ଦିନିଆ ମ୍ୟାଚ ପ୍ରଥମ ଦିବସରୁ ବାତିଲ କରି ଦିଆଯାଇଛି। ଖବର ଅନୁସାରେ ନର୍ଥହାମ୍ପଟନଶାୟାର ଖେଳାଳି ଜଣକ କରୋନା ଭାଇରସ୍‌ରେ ସଂକ୍ରମିତ ବୋଲି ଜଣାପଡ଼ିବା ପରେ ରବିବାର ବ୍ରିଷ୍ଟଲଠାରେ ଗ୍ଲୋସେଷ୍ଟରଶାୟାର ଓ ନର୍ଥ ହାମ୍ପଟନଶାୟାର ମଧ୍ୟରେ ହେବାକୁଥିବା ବବ୍‌ ଓ୍ବିଲ୍ସ ଟ୍ରଫି ମ୍ୟାଚ୍‌କୁ ବାତିଲ କରିଦିଆଯାଇଛି। ଖେଳାଳି ଜଣକ ବର୍ତ୍ତମାନ ଯଦିଓ ନିଜ ବାସଭବନରେ ସେଲଫ୍‌ ଆେଇସୋଲେଶେନରେ ଅଛନ୍ତି ତାଙ୍କ ସହିତ ୪୮ ଘଣ୍ଟା ମଧ୍ୟରେ ସଂସ୍ପର୍ଶରେ ଆସିଥିବା କେତେଜଣଙ୍କ ନିକଟରେ କୋଭିଡ୍‌ ଲକ୍ଷଣ ଦେଖିବାକୁ ମିଳିଥିଲା। ଖେଳାଳିଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଗ୍ଲୋସେଷ୍ଟରଶାୟାର, ନର୍ଥହାମ୍ପଟନଶାୟାର ଏବଂ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ମିଳିତ ଭାବେ ମ୍ୟାଚ୍‌କୁ ବାତିଲ କରିବା ଲାଗି ନିଷ୍ପତ୍ତି ନେଇଥିଲେ। ପ୍ରଥମ ସେସନ ଖେଳ ମଧ୍ୟାହ୍ନ ଭୋଜନ ପୂର୍ବରୁ ନର୍ଥହାମ୍ପଟନଶାୟାରର ଖେଳାଳି ଜଣକ କୋଭିଡ୍‌-୧୯ ପଜିଟିଭ ବୋଲି ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri