Posted inଖେଳ

ଆଇପିଏଲ୍‌ : ପ୍ରସ୍ତୁତି ସମୀକ୍ଷା ପାଇଁ ଦୁବାଇରେ ଗାଙ୍ଗୁଲି

ନୂଆଦିଲ୍ଲୀ,୧୦।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପ୍ରସ୍ତୁତି ନେଇ ସମୀକ୍ଷା କରିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଦୁବାଇରେ ପହଞ୍ଚିଛନ୍ତି। ସେପ୍ଟେମ୍ବର ୧୯ ତାରିଖରୁ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆଇପିଏଲ୍‌ ଆରମ୍ଭ ହେବାକୁ ଯାଉଛି। ଫଳରେ ଗାଙ୍ଗୁଲି ଆଇପିଏଲ୍‌ ପ୍ରସ୍ତୁତି ଓ ସ୍ଥିତିର ନେଇ ସମୀକ୍ଷା କରିବାରକୁ ଦୁବାଇ ଯାତ୍ରା କରିଛନ୍ତି।
ଦୀର୍ଘ ୬ ମାସ ପରେ ପ୍ରଥମଥର ପାଇଁ ବିମାନ ଯାତ୍ରା କରିଛି ବୋଲି ଗାଙ୍ଗୁଲି କହିଛନ୍ତି। ଭାରତରେ କୋଭିଡ୍‌-୧୯ ସ୍ଥିତି ବେଶ୍‌ ଉଦ୍‌ବେଗଜନକ ଥିବାରୁ ଆଇପିଏଲ୍‌କୁ ଏଥର ୟୁଏଇକୁ ସ୍ଥାନାନ୍ତର କରାଯାଇଛି। ଆଇପିଏଲ୍‌ ଆୟୋଜନ ନ ହୋଇଥିଲେ ବିସିସିଆଇ ୪,୦୦୦ କୋଟିଙ୍କାର କ୍ଷତି ସହିଥାନ୍ତା। ଆଇପିଏଲ୍‌ ସାଧାରଣତଃ ଏପ୍ରିଲ- ମେ’ରେ ଆୟୋଜନ ହୋଇଥାଏ। ପୂର୍ବରୁ ଆଇପିଏଲ୍‌ ଅଧ୍ୟକ୍ଷ ବ୍ରିଜେଶ ପଟେଲ ଦୁବାଇରେ ଅଛନ୍ତି। ନିୟମ କଡ଼ାକଡ଼ି ପାଳନ କରାଯାଉଥିଲେ ମଧ୍ୟ କେତେଜଣ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଚେନ୍ନାଇ ସୁପର କିଙ୍ଗ୍ସ ଫ୍ରାଞ୍ଚାଇଜ୍‌ରେ ୨ଜଣ ଖେଳାଳିଙ୍କ ସମେତ ୧୩ଜଣ ସସସ୍ୟ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଥିଲା। ପ୍ରଶଂସକଙ୍କୁ ଷ୍ଟାଡିୟମ ଭିତରୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ। ତେବେ ପରେ କୋଭିଡ୍‌-୧୯ ସ୍ଥିତି ସମୀକ୍ଷା କରାଯାଇ କିଛି ପ୍ରଶଂସକଙ୍କୁ ଅନୁମତି ଦିଆଯାଇପାରେ। ଦୁବାଇ, ଶାରଜା ଓ ଅବୁଧାବିରେ ଆଇପିଏଲ୍‌ ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri