Posted inଜାତୀୟ

ହରିବଂଶଙ୍କୁ ଏନ୍‌ଡିଏର ସମର୍ଥନ

ନୂଆଦିଲ୍ଲୀ, ୧୦।୯(ପି.ଟି.): ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏନ୍‌ଡିଏ ଏବଂ ବିରୋଧି ମେଣ୍ଟ ମଧ୍ୟରେ ଏବେ ଅଙ୍କକଶା ଜୋର ଧରିଛି। ପୂର୍ବରୁ ରାଜ୍ୟ ସଭା ଉପାଧ୍ୟକ୍ଷ ଥିବା ହରିବଂଶ ନାରାୟଣ ସିଂଙ୍କୁ ଏଥର ପୁଣି ଏନ୍‌ଡିଏ ପ୍ରାର୍ଥୀ କରିଥିବାବେଳେ ବିରୋଧୀ ଗୋଷ୍ଠୀ ଡିଏମ୍‌କେର ରାଜ୍ୟ ସଭା ସଦସ୍ୟ ତିରୁଚି ଶିବାଙ୍କୁ ପ୍ରାର୍ଥୀ କରିଛି। ଆସନ୍ତା ୧୪ରୁ ସଂସଦ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ସେହିଦିନ ଅପରାହ୍ନରେ ଉପାଧ୍ୟକ୍ଷ ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। ପୂର୍ବଥର ଭଳି ଏଥର ମଧ୍ୟ ଉପାଧ୍ୟକ୍ଷ ନିର୍ବାଚନରେ ବିଜେଡିର ପ୍ରମୁଖ ଭୂମିକା ରହିବ। ରାଜ୍ୟ ସଭା ଉପାଧ୍ୟକ୍ଷ ହରିବଂଶଙ୍କ କାର୍ଯ୍ୟକାଳ ଗତ ଏପ୍ରିଲରୁ ଶେଷ ହେଲାଣି। ଜେଡିୟୁ ତାଙ୍କୁ ପ୍ରାର୍ଥୀ କରିବା ପରେ ଏନ୍‌ଡିଏ ଏହାକୁ ସମର୍ଥନ କରିଛି। ଅପରପକ୍ଷରେ ସମଭାବାପନ୍ନ ଦଳ ଭାବେ ଡିଏମ୍‌କେ ପ୍ରାର୍ଥୀଙ୍କୁ କଂଗ୍ରେସ ସମର୍ଥନ ଜଣାଇଛି। ଏପରିକି କଂଗ୍ରେସ ନେତା ଗୁଲାମନବୀ ଆଜାଦ୍‌ ଏଥିପାଇଁ ୧୦ଟି ସମଭାବାପନ୍ନ ଦଳଙ୍କ ସହ ଆଲୋଚନା କରିଛନ୍ତି। ଏନ୍‌ସିପି, ଶିବସେନା, ସମାଜବାଦୀ ପାର୍ଟି ଓ ତୃଣମୂଳ କଂଗ୍ରେସ ସମେତ ବିଭିନ୍ନ ଦଳ ସହ ଆଜାଦ୍‌ ଆଲୋଚନା କରିଥିବା ଜଣାପଡ଼ିଛି। ଚଳିତଥର ଏନ୍‌ଡିଏ ସହଜ ସ୍ଥିତିରେ ଥିଲେ ମଧ୍ୟ ବିଜୟ ବ୍ୟବଧାନକୁ ଅଧିକ କରିବା ପାଇଁ ବିଜେଡି, ଟିଆର୍‌ଏସ୍‌ ଏବଂ ୱାଇଏସ୍‌ଆର କଂଗ୍ରେସ ସହ ଆଲୋଚନା ଜାରି ରଖିଥିବା ଜଣାପଡ଼ିଛି। ଉପାଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲର ଶେଷ ତାରିଖ ସେପ୍ଟେମ୍ବର ୧୧। ହରିବଂଶ ଗତ ନିର୍ବାଚନରେ ୧୨୫ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିଲେ। ତାଙ୍କ ବିପକ୍ଷରେ କଂଗ୍ରେସ ପ୍ରାର୍ଥୀ ଭାବେ ବି.କେ. ହରିପ୍ରସାଦ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେଠି ପ୍ରାର୍ଥୀ କେ.ଏଲ ଶର୍ମାଙ୍କ ବିସ୍ପୋରକ ବୟାନ, ଗାନ୍ଧୀ ପରିବାର ପାଖରେ କରୁନି ଚାକିରି

ନୂଆଦିଲ୍ଲୀ,୫।୫: ଆମେଠିରୁ କଂଗ୍ରେସ କିଶୋରୀ ଲାଲ ଶର୍ମାଙ୍କୁ ଟିକେଟ୍‌ ଦେଇଛି। ତେବେ ଟିକେଟ୍‌ ମିଳିବା ପରେ ସେ ଏକ ବିସ୍ପୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି,...

ଆମେଠିରୁ ଟିକେଟ୍‌ ନ ମିଳିବାରୁ ଏମିତି ପୋଷ୍ଟ କଲେ ରର୍ବଟ ଭଦ୍ରା, କହିଲେ ରାଜନୀତିର କୌଣସି ଶକ୍ତି…

ନୂଆଦିଲ୍ଲୀ,୫।୫: କଂଗ୍ରେସ ଆମେଠି ଓ ରାଏବରେଲିରୁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ନାମାଙ୍କନ ଦାଖଲ କରିଥିବାବେଳେ କେ.ଏଲ ଶର୍ମା ଆମେଠି ଲୋକ ସଭା...

ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ

ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା...

ବଲିଉଡ୍‌ ପ୍ରଭାବରେ ଦେଶର ନିର୍ବାଚନ

ନୂଆଦିଲ୍ଲୀ,୫ା୫: ଭାରତୀୟ ହିନ୍ଦୀ ସିନେମା ଶିଳ୍ପ ନିକଟ ଅତୀତରେ ଅନେକ ଚଳଚ୍ଚିତ୍ର ନିର୍ମାଣ କରିଛି, ଯେଉଁଥିରେ ନିର୍ବାଚନକୁ ପ୍ରଭାବିତ କଲା ଭଳି ଜାତୀୟତାବାଦ, ଇସ୍‌ଲାମ ବିରୋଧୀ...

ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ

ନୂଆଦିଲ୍ଲୀ,୫ା୫: ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କକୁ ବଳାତ୍କାର କୁହାଯାଇପାରିବ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଏକ ରାୟରେ କହିଛନ୍ତି। ଏପରିକି ସ୍ତ୍ରୀଙ୍କର ସହମତି ନ...

ଆଜି ଆସିବେ ମୋଦି, ନଡ୍ଡା

ଭୁବନେଶ୍ୱର, ୫।୫(ସୁନିତ୍‌ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା...

ଏପଟେ ଧମକ, ସେପଟେ ଆକ୍ରମଣ

ପାଲାମ୍‌/ଭୁବନେଶ୍ୱର/ପୁଞ୍ଚ,୫ା୫ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ଶନିବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ବଡ଼ଧରଣର ଆକ୍ରମଣ କରିଛନ୍ତି। ଏଥିରେ ଭାରତୀୟ ବାୟୁସେନା (ଆଇଏଏଫ୍‌)ର ଜଣେ ଯବାନ ଶହୀଦ ଓ ୪ ଆହତ...

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri