Posted inଜାତୀୟ

ବାୟୁସେନାରେ ସାମିଲ ହେବ ରାଫାଲ

ନୂଆଦିଲ୍ଲୀ, ୧୦।୯(ପି.ଟି.): ଅତ୍ୟାଧୁନିକ ଲଢ଼ୁଆ ବିମାନ ରାଫାଲ୍‌ ଗୁରୁବାର ବାୟୁସେନାରେ ବିଧିବଦ୍ଧ ଭାବେ ସାମିଲ ହେବ। ଅମ୍ବାଲାସ୍ଥିତ ବାୟୁସେନା ଘାଟିଠାରେ ରାଫାଲ ବିମାନ ଭାରତୀୟ ବାୟୁସେନାର ୧୭ତମ ସ୍କ୍ବାର୍ଡନ ‘ଗୋଲ୍‌ଡେନ ଆରୋ’ର ଅଂଶ ଭାବେ ସାମିଲ ହେବ। ପ୍ରଥମ ପର୍ଯ୍ୟାୟରେ ଗତ ଜୁଲାଇ ୨୭ତାରିଖରେ ୫ଟି ରାଫାଲ ବିମାନ ଫ୍ରାନ୍ସରୁ ଆସି ଅମ୍ବାଲାସ୍ଥିତ ବାୟୁସେନା ଘାଟିରେ ପହଞ୍ଚତ୍ଥିଲା। ବାୟୁସେନାରେ ରାଫାଲ ବିମାନର ବିଧିବଦ୍ଧ ସାମିଲ ନିମନ୍ତେ ହେବାକୁ ଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଫ୍ରାନ୍ସର ପ୍ରତିରକ୍ଷା ମନ୍ତ୍ରୀ ଫ୍ଲୋରେନ୍ସ ପାର୍ଲି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ବିପିନ ରାୱତ୍‌, ବାୟୁସେନା ମୁଖ୍ୟ ଏୟାର ମାର୍ଶାଲ ଆର୍‌.କେ. ଏସ୍‌. ଭଦୌରିୟା, ପ୍ରତିରକ୍ଷା ସଚିବ ଡକ୍ଟର ଅଜୟ କୁମାର, ପ୍ରତିରକ୍ଷା ବିଭାଗ ସଚିବ ତଥା ଡିଆର୍‌ଡିଓ ଅଧ୍ୟକ୍ଷ ଜି. ଶତୀଶ ରେଡ୍ଡୀଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରଣାଳୟ ତଥା ସଶସ୍ତ୍ର ବଳର ଅନେକ ବରିଷ୍ଠ ଅଧିକାରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଭାରତୀୟ ବାୟୁସେନାରେ ପ୍ରଥମ ଥର ପାଇଁ ସାମିଲ ହେବାକୁ ଥିବା ବିଶ୍ୱର ଅତ୍ୟାଧୁନିକ ବିମାନ ଭାରତ ପାଇଁ ଏକ ମହତ୍ତ୍ବପୂଣ୍ଣର୍ର୍ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

ନୂଆବର୍ଷରୁ ଏମାନଙ୍କୁ ମିଳିବନି ରାସନ! ଡିସେମ୍ୱର ୩୧ ସୁଦ୍ଧା କରି ନିଅନ୍ତୁ ଏହି କାମ

ନୂଆଦିଲ୍ଲୀ,୨୭।୧୨: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ସୂଚନା। ସମସ୍ତ ରାସନ କାର୍ଡ ହିତାଧିକାରୀଙ୍କୁ ଡିସେମ୍ୱର 31 ପୂର୍ୱରୁ ଏହି ଜରୁରୀ କାର୍ଯ୍ୟ ସମାପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri