ମାଓବାଦୀ ଆକ୍ରମଣରେ ମୟୂରଭଞ୍ଜ ମାଟିର ଯବାନ ଶହୀଦ

ବାରିପଦା ଅଫିସ,୧୦ା୯: ମୟୂରଭଞ୍ଜ ଜିଲାର ରିଜର୍ଭ ଫାଷ୍ଟ ବାଟାଲିୟନର କାର୍ଯ୍ୟରତ ଏସ୍‌ଓଜି ଯବାନ ସୁଧୀର କୁମାର ଟୁଡୁ ମାଓବାଦୀ ଅପରେଶନରେ ଶହୀଦ ହୋଇଛନ୍ତି । ଜିଲାର ଶୁଳିଆପଦା ଥାନା ଅନ୍ତର୍ଗତ ବାଘଡ଼ା ପଞ୍ଚାୟତ ସାନ ଭଦୁଆଶୋଳ ଗ୍ରାମର ଏସ୍‌ଓଜି ଯବାନଙ୍କ ଶହୀଦ ଖବର ପାଇବା ପରେ ଗ୍ରାମରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।
୨୮ବର୍ଷୀୟ ଯବାନ ସୁଧୀରଙ୍କ ଘରେ ମାଆ ଯମୁନା ଟୁଡୁ(୫୫) ଓ ଜଣେ ସାନଭାଇ ସୁନାରାମ ଅଛନ୍ତି। ପୂର୍ବରୁ ତାଙ୍କ ବାପାଙ୍କ ପରଲୋକ ହୋଇସାରିଛି। ୨୦୧୩ ମସିହାରେ ସୁଧୀର ପ୍ରଥମେ କୋରାପୁଟ ଓ ପରେ କଳାହାଣ୍ଡି ଜିଲାରେ କାର୍ଯ୍ୟ କରୁଥିଲେ। ୬ ମାସ ପୂର୍ବେ କଳାହାଣ୍ଡି ଜିଲାରେ ରହି ମାଓବାଦୀ ଅପରେଶନରେ ସାମିଲ ଥିଲେ। ବୁଧବାର କଳାହାଣ୍ଡି-କନ୍ଧମାଳ ସୀମାନ୍ତ ରାମପୁର ଥାନା ସିର୍ଜି ଜଙ୍ଗଲରେ ଅପରେଶନ ସମୟରେ ମାଓବାଦୀଙ୍କ ଗୁଳିର ଶିକାର ହୋଇଥିଲେ। ଶହୀଦଙ୍କ ଉପରେ ନିଜ ପରିବାର ସହ ଦାଦାଙ୍କ ପରିବାର ମଧ୍ୟ ନିର୍ଭରଶୀଳ ଥିଲେ। ଘରର ଏକମାତ୍ର ରୋଜଗାରିଆ ପୁଅ ସୁଧୀରଙ୍କ ଶହୀଦ ହେବା ଖବର ଗୁରୁବାର ସ୍ଥାନୀୟ ଶୁଳିଆପଦା ପୋଲିସ ପରିବାର ଲୋକଙ୍କୁ ଜଣାଇଥିଲେ। ଏହା ଶୁଣି ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ନେତୃବୃନ୍ଦ, ସମ୍ପର୍କୀୟ ଏବଂ ମାନ୍ୟଗଣ୍ୟ ବ୍ୟକ୍ତି ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଛନ୍ତି। ସ୍ଥାନୀୟ ପୋଲିସ ପହଞ୍ଚି ଶେଷକୃତ୍ୟ ପାଇଁ ସମସ୍ତ ଆୟୋଜନ କରିଛି। ଶୁକ୍ରବାର ସୁଧୀରଙ୍କ ମର ଶରୀର ଗ୍ରାମରେ ପହଞ୍ଚିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri