ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଟି୨୦ରେ ୧୦୦୦ ଛକା ମାରିବେ ଗେଲ୍‌

ନୂଆଦିଲ୍ଲୀ, ୧୦।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବ। ଏହି ଅବସରରେ ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଦର୍ଷ ଓପନର୍‌ କ୍ରିସ୍‌ ଗେଲ୍‌ଙ୍କ ନିକଟରେ ଇତିହାସ ରଚିବା ଲାଗି ସୁଯୋଗ ରହିଛି। ଟି୨୦ କ୍ରିକେଟ୍‌ ଇତିହାସରେ ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଗେଲ୍‌ ୧୦୦୦ ଛକା ମାରିବାର ନିକଟତର ହୋଇଛନ୍ତି। ଅନ୍ତର୍ଜାତୀୟ ସମେତ ବିଭିନ୍ନ ଟି୨୦ ଲିଗ୍‌କୁ ମିଶାଇ ଗେଲ୍‌ ବର୍ତ୍ତମାନ ସୁଦ୍ଧା ୯୭୮ ଛକା ମାରି ସାରିଛନ୍ତି। ୧୦୦୦ ଅଙ୍କ ଛୁଇଁବା ଲାଗି ସେ ଆଉ ୨୨ଟି ଛକାର ଆବଶ୍ୟକ କରୁଛନ୍ତି। ବିଶ୍ୱ ଟି୨୦ କ୍ରିକେଟ୍‌ରେ ସର୍ବାଧିକ ଛକା ମାରିବା ତାଲିକାର ୨ୟ ସ୍ଥାନରେ ଅନ୍ୟତମ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କିରନ ପୋଲାର୍ଡ ରହିଛନ୍ତି। ପୋଲାର୍ଡଙ୍କ ନାମରେ ବର୍ତ୍ତମାନ ସୁଦ୍ଧା ୬୭୨ ଛକା ଲିପିବଦ୍ଧ ରହିଛି। ସେହିଭଳି ଟି୨୦ରେ ସର୍ବାଧିକ ଚୌକା ମାରିବାର ରେକର୍ଡ ମଧ୍ୟ ଗେଲ୍‌ (୧୦୨୬)ଙ୍କ ନାମରେ ରହିଛି।
ଆଇପିଏଲ୍‌ ଇତିହାସରେ ମଧ୍ୟ ଗେଲ୍‌ଙ୍କ ନାମରେ ସର୍ବାଧିକ ଛକା ମାରିବାର ରେକର୍ଡ ମଧ୍ୟ ରହିଛି। ବର୍ତ୍ତମାନ ସୁଦ୍ଧା ଗେଲ୍‌ ଆଇପିଏଲ୍‌ରେ ୩୨୬ ଛକା ମାରି ସାରିଛନ୍ତି। ଏହି ତାଲିକାରେ ଏବି ଡି ଭିଲର୍ସ (୨୧୨) ଓ ମହେନ୍ଦ୍ର ସିଂ ଧୋନୀ (୨୦୯) ଯଥାକ୍ରମେ ୨ୟ ଓ ୩ୟ ସ୍ଥାନରେ ରହିଛନ୍ତି। ସେହିଭଳି ଟି୨୦ରେ ଗେଲ୍‌ ଶୂନରେ ଆଉଟ୍‌ ନ ହୋଇ ସର୍ବାଧିକ ୧୪୫ ଇନିଂସ ଖେଳି ରେକର୍ଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri