୧୩ରେ ଏନ୍‌ଇଇଟି, ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି) ଅନୁଷ୍ଠିତ ହେବ। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପରୀକ୍ଷା ସୁପରିଚାଳନା ପାଇଁ ଗୁରୁବାର ଭୁବନେଶ୍ୱରରେ ଏକ ବୈଠକ ବସିଥିଲା। ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀଙ୍କ ଅଧ୍ୟକ୍ଷତା କରି କହିଲେ, ଭୁବନେଶ୍ୱରର ୩୧ଟି କେନ୍ଦ୍ରରେ ୧୫ ହଜାରରୁ ଅଧିକ ଛାତ୍ରୀଛାତ୍ର ଏନ୍‌ଇଇଟି ପରୀକ୍ଷା ଦେବେ। ବର୍ତ୍ତମାନ କରୋନା ପରିସ୍ଥିତିରେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ଜିଲା ବାହାରର ଛାତ୍ରୀଛାତ୍ରଙ୍କ ମାଗଣା ଯିବାଆସିବା, ରହଣି ସହ ଅନ୍ୟ ସମସ୍ତ ଆନୁସଙ୍ଗିକ ସୁବିଧା କରାଯାଇଛି। ସହରରେ ଥିବା ୫ଟି ଇଞ୍ଜିନିୟରିଂ କଲେଜର ହଷ୍ଟେଲରେ ରହଣିର ବ୍ୟବସ୍ଥା ହୋଇଛି। ସେଗୁଡ଼ିକ ହେଲା ମଦନପୁରସ୍ଥିତ ଗାନ୍ଧୀ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ଆଡ୍‌ଭାନ୍ସମେଣ୍ଟ, ଇନ୍‌ଫୋସିଟିସ୍ଥିତ ସିଲିକନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି, ପିତାପଲ୍ଲୀସ୍ଥିତ ମହାବୀର ଇଞ୍ଜିନିୟରିଂ କଲେଜ, ମଞ୍ଚେଶ୍ୱରସ୍ଥିତ ସିପେଟ ଓ ଯାଁଳାସ୍ଥିତ ସିଭି ରମଣ ଗ୍ଲୋବାଲ ୟୁନିଭର୍ସିଟି। ପଞ୍ଜୀକୃତ ଛାତ୍ରୀଛାତ୍ରମାନେ ସେମାନଙ୍କ ମାତାପିତାଙ୍କ ସହ ସେଠାରେ ନିରାପଦରେ ରହିବେ। କୋଭିଡ୍‌ ନିର୍ଦ୍ଦେଶାବଳୀକୁ ପାଳନ କରାଯାଇ ସେମାନଙ୍କୁ ପରୀକ୍ଷା କେନ୍ଦ୍ରକୁ ନେବାଆଣିବା ପାଇଁ ସ୍ବତନ୍ତ୍ର ଗାଡ଼ିର ବ୍ୟବସ୍ଥା କରାଯାଇଥିବା ଚୌଧାରୀ କହିଛନ୍ତି। ତେବେ କୋଭିଡ୍‌ ପାଇଁ ସ୍ବତନ୍ତ୍ର ଏସ୍‌ଓପି ଜାରି ହୋଇଛି। ହଷ୍ଟେଲ ଓ ପରୀକ୍ଷା କେନ୍ଦ୍ରରେ କୋଭିଡ୍‌ ସମ୍ବନ୍ଧୀୟ ସୂଚନା ପ୍ରଦର୍ଶିତ/ପ୍ରସାରିତ ହେବ। ଏସବୁ ସ୍ଥାନରେ ଭିଡ଼ ନ ଜମାଇବା ପାଇଁ ଜନସାଧାରଣଙ୍କୁ ବିଏମ୍‌ସି ଅନୁରୋଧ କରିଛି। ପ୍ରତ୍ୟେକ ହଷ୍ଟେଲରେ ପର୍ଯ୍ୟାପ୍ତ ପରିମଳ ସୁବିଧା ରହିବ। ସେହିଭଳି ସେଠାରେ ଏକ ଡାକ୍ତରୀ ଟିମ୍‌ ଓ ସ୍ବତନ୍ତ୍ର କୋଭିଡ୍‌ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ରହିବେ। ଅତିରିକ୍ତ ଜିଲା ସହର ଜନସ୍ବାସ୍ଥ୍ୟ ଅଧିକାରୀ (ଏଡିୟୁପିଏଚ୍‌ଓ) ଡା.ସି.ଭି.ଏସ୍‌.ଏନ୍‌ ରାଓ ପରୀକ୍ଷାର୍ଥୀଙ୍କ କୌଣସି ଅସୁସ୍ଥତା ଓ ସାମଗ୍ରିକ କୋଭିଡ୍‌ ସମ୍ବନ୍ଧୀୟ ସୁବିଧାଗୁଡ଼ିକ ପ୍ରଦାନ କ୍ଷେତ୍ରରେ ଯତ୍ନବାନ ରହିବେ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri