ସଫେଇ କର୍ମଚାରୀଙ୍କ ପାଇଁ ‘ଗରିମା’

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟର ସଫେଇ କର୍ମଚାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ‘ଗରିମା’ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ସେଫ୍ଟିକ ଟାଙ୍କି ତଥା ଅନ୍ୟାନ୍ୟ ବିପଦପୂର୍ଣ୍ଣ ସ୍ଥାନରୁ ମଇଳା କାଢୁଥିବା ସଫେଇ କର୍ମଚାରୀମାନେ ଏହାଦ୍ୱାରା ଉପକୃତ ହେବେ। ଏଥିପାଇଁ ପ୍ରାଥମିକ ପର୍ଯ୍ୟାୟରେ ୫୦ କୋଟି ଟଙ୍କାର କର୍ପସ ପାଣ୍ଠି ଗଠନ କରାଯିବ। ସଫେଇ କର୍ମଚାରୀଙ୍କ ପାଇଁ ରାଜ୍ୟ କମିଶନ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନା ରାଜ୍ୟର ସମସ୍ତ ୧୧୪ ପୌରସଂସ୍ଥାରେ କାର୍ଯ୍ୟକାରୀ ହେବ। ଏହି ଯୋଜନାରେ ୨୦ ହଜାର ସଫେଇ କର୍ମଚାରୀଙ୍କ ସମେତ ସେମାନଙ୍କର ୧ ଲକ୍ଷ ପରିବାର ସଦସ୍ୟ ଉପକୃତ ହେବେ।
ଗରିମା ଯୋଜନାରେ ବିପଦପୂର୍ଣ୍ଣ ପରିମଳ କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କୁ ଚିହ୍ନଟ କରାଯିବା ସହିତ ସେମାନଙ୍କ ନିରାପତ୍ତା ଓ ମର୍ଯ୍ୟାଦା ଉପରେ ଗୁରୁତ୍ୱ ଦିଆଯାଇଛି। ସେମାନଙ୍କର କଠିନ ଓ ବିପଦପୂର୍ଣ୍ଣ କାମକୁ ସମ୍ମାନ ଜଣାଇ ସ୍ବତନ୍ତ୍ର ଭତ୍ତା, ସ୍ବାସ୍ଥ୍ୟ ସୁବିଧା, ଜୀବନ ବୀମା, ପିଲାଙ୍କ ପାଇଁ ଉଚ୍ଚ ଶିକ୍ଷା, ଗୃହ ନିର୍ମାଣ ଓ ଦୁଇ ଚକିଆ ଯାନ କ୍ରୟ ପାଇଁ ୯୦ ପ୍ରତିଶତ ଅନୁଦାନ, ବ୍ୟକ୍ତିଗତ ସୁରକ୍ଷା ଉପକରଣ, ଅନୁକମ୍ପାମୂଳକ ସହାୟତା, ଇପିଏଫ, ଇଏସ୍‌ଆଇ ଏବଂ ପରିବାର ପେନସନ ଆଦି ବିଭିନ୍ନ କଲ୍ୟାଣ ଯୋଜନାରେ ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ଏହି ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାରା ବିଶ୍ୱ ବର୍ତ୍ତମାନ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ କରୁଛି। ଗାନ୍ଧିଜୀ ସାରା ଜୀବନ ସମାଜର ଏହି ଅବହେଳିତ ବର୍ଗର କଲ୍ୟାଣ, ଅଧିକାର ଓ ମର୍ଯ୍ୟାଦା ପାଇଁ ଲଢ଼େଇ କରିଛନ୍ତି। ପରିମଳକୁ ଗାନ୍ଧିଜୀ ସ୍ବାଧୀନତାଠାରୁ ଅଧିକ ଗୁରୁତ୍ୱ ଦେଉଥିଲେ। ବାପୁଙ୍କ ୧୫୦ତମ ଜୟନ୍ତ୍ରୀ ଅବସରରେ ରାଜ୍ୟ ସରକାରଙ୍କ ଗରିମା ଯୋଜନା ବାପୁଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବାପୁଙ୍କ ସ୍ବପ୍ନକୁ ସାକାର କରିବା ସହିତ ସଫେଇ କର୍ମଚାରୀମାନଙ୍କୁ ସମାଜରେ ସେମାନଙ୍କ ଉଚିତ ସ୍ଥାନ ଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ସେହିପରି କୋଭିଡ୍‌ ଯୁଦ୍ଧ ସମୟରେ ସେମାନେ ଯେପରି ନିଜର ଜୀବନକୁ ବିପଦରେ ପକାଇ ସେବା କରି ଚାଲିଛନ୍ତି ମୁଖ୍ୟମନ୍ତ୍ରୀ ତା’ର ଉଚ୍ଚ ପ୍ରଶଂସା କରିଛନ୍ତି।
ରାଜ୍ୟରେ ଚାଲିଥିବା ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ କ୍ଷେତ୍ରରେ ଏହା ଆଉ ଏକ ସଫଳ ଅଧ୍ୟାୟ ଆରମ୍ଭ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ, ପରିମଳ କର୍ମଚାରୀଙ୍କ ପାଇଁ ଏହି ଯୋଜନା କାର୍ଯ୍ୟକାରୀ କରିବାରେ ଓଡିଶା ଦେଶରେ ପ୍ରଥମ ରାଜ୍ୟ। ସେମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗରିମା ଯୋଜନା ସମ୍ପର୍କିତ ଏକ ଅଡିଓ ଏବଂ ଲୋଗୋ ଉନ୍ମୋଚନ କରିଛନ୍ତି। ଗରିମା ଯୋଜନାକୁ ଆଗେଇ ନେବା ପାଇଁ ଓଡ଼ିଶା ସରକାରଙ୍କ ନଗର ଉନ୍ନୟନ ବିଭାଗ ଏବଂ ଅହମ୍ମଦାବାଦର ସହରାଞ୍ଚଳ ପରିଚାଳନା ସେଣ୍ଟର ମାଧ୍ୟମରେ ବୈଷୟିକ ସହଯୋଗ ପାଇଁ ବୁଝାମଣା ପତ୍ର ସ୍ବାକ୍ଷର ହୋଇଛି। ଏହି କାର୍ଯ୍ୟକ୍ରମରେ ନଗର ଉନ୍ନୟନ ବିଭାଗ ସଚିବ ଜି.ମାଥିଭାଥନନ ସ୍ବାଗତ ଭାଷଣ ଦେଇଥିଲେ। ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଏବଂ ନଗର ଉନ୍ନୟନର ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri