Posted inଜାତୀୟ

ରିଆ ଚକ୍ରବର୍ତ୍ତି ଡ୍ରଗ୍ସ ମାମଲା: ମୁମ୍ବାଇ, ଗୋଆ ସମେତ ୭ ସ୍ଥାନରେ ଚଢାଉ

ମୁମ୍ବାଇ,୧୨ ।୯: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲା ସହ ଜଡିତ ଥିବା ଡ୍ରଗ୍ସ ମାମଲାକୁ ନେଇ ଯାଞ୍ଚ କରୁଥିବା ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଏବେ ପୁରା ଆକ୍ସନ ମୁଡର ରହିଛି । ଡ୍ରଗ୍ସ କାରବାର ସହ ସମ୍ପୃକ୍ତ ଥିବା ଘର ଉପରେ ଲଗାତାର ଭାବେ ଚଢାଉ ଜାରି ରଖିଛି ଏନ୍‌ସିବି । ଏହି କ୍ରମରେ ଏନ୍‌ସିବି ମମ୍ବାଇ ଓ ଗୋଆର ପାଖାପାଖି ୭ ସ୍ଥାନରେ ଚଢାଉ କରିବା ସହ ଏକ ଅନ୍ତରାଷ୍ଟ୍ରୀୟ ଡ୍ରଗ୍ସ ର‌୍ୟାକେଟର ପର୍ଦ୍ଦାଫାଶ କରିଛି ବୋଲି କୁହାଯାଉଛି । ଏହାସହ ବହୁ ପରିମାଣରେ ନିଶାଦ୍ରବ୍ୟ ସହ କେତେଜଣଙ୍କୁ ଗିରଫ କରାଯାଇଥିବା ଆଲୋଚନା ହେଉଛି । ଏହି ମାମଲାର ଅଭିଯୁକ୍ତ କୁହାଯାଉଥିବା ସୁଶାନ୍ତଙ୍କ ବାନ୍ଧବୀ ରିଆ ଚକ୍ରବର୍ତ୍ତି ଏନ୍‌ସିବିକୁ ପାଖାପାଖି ୧୧ ଜଣ ବଲିଉଡ୍ ସେଲିବ୍ରିଟିଙ୍କ ନାମ କହିଛନ୍ତି । ଯେଉଁମାନେ ଡ୍ରଗ୍ସ ବ୍ୟବହାର କରୁଥିଲେ । ସୂଚନାଯୋଗ୍ୟ, ଶୁକ୍ରବାର ଏହି ଡ୍ରଗ୍ସ ମାମଲାରେ ମୁମ୍ବାଇର ଏକ ସ୍ପେଶାଲ କୋର୍ଟ ଅଭିନେତ୍ରୀ ରିଆ ଚକ୍ରବତ୍ତ;ି, ତାଙ୍କ ଭାଇ ଶୌଭିକ ଚକ୍ରବର୍ତ୍ତି ଓ ଓ ଅନ୍ୟ ୪ ଜଣଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଥିଲେ । ଏବେ ଏମାନେ ଜେଲରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri