୮୫ ଟଙ୍କା ଛୁଇଁଲା ଟମାଟୋ

ନୂଆଦିଲ୍ଲୀ, ୧୩।୯ : ଦିଲ୍ଲୀରେ ଟମାଟୋ ଦର ଆକାଶ ଛୁଆଁ ହୋଇଛି। ଏଠାରେ ଟମାଟୋର ଖୁଚୁରା ଦର ୮୦ରୁ ୮୫ ଟଙ୍କା ଛୁଇଁଥିବା ଜଣାପଡିଛି। ଜୁନ ମାସ ପରଠାରୁ ଟମାଟୋ କିଲୋ ପ୍ରତି ଦର ୫୦ରୁ ୬୦ ଟଙ୍କା ମଧ୍ୟରେ ବିକ୍ରି ହେଉଥିଲା। କିନ୍ତୁ ଅଚାନକ ଏହାର ଦରରେ ପରିବର୍ତ୍ତନ ଆସିଛି। ମାତ୍ର ସରକାର ରିପୋର୍ଟ ମୁତାବକ ଦିଲ୍ଲୀରେ ଟମାଟୋ କିଲୋ ପ୍ରତି ଦର ୬୦ଟଙ୍କା ରହିଛି। ମଦର ଡେରୀର ସଫଲ ଆଉଟଲେଟଗୁଡିକରେ ଏହା କିଲୋ ପ୍ରତି ୭୮ ଟଙ୍କାରେ ବିକ୍ରି ହେଉଛି। ସେହିଭଳି ଇ-ରିଟେଲର ଗ୍ରୋଫର୍ସ ୭୪ରୁ ୭୫ ଟଙ୍କା ଏବଂ ବିଗ୍‌ ବାସ୍କେଟରେ କିଲୋ ପ୍ରତି ଟମାଟୋ ଦର ୬୦ ଟଙ୍କା ରହିଛି। ବର୍ଷା ଯୋଗୁ ଫସଲ ନଷ୍ଟ ହେଉଥିବାରୁ ଏହାର ପ୍ରଭାବ ଦର ଉପରେ ପଡିଛି। ଯୋଗାଣ ପ୍ରଭାବିତ ହେଉଥିବାରୁ ବଜାରରେ ଏହାର ପ୍ରଭାବ ପରିଲକ୍ଷିତ ହେଉଥିବା ଜଣାପଡିଛି। ଉତ୍ତରପ୍ରଦେଶ, ରାଜସ୍ଥାନ, ଝାଡଖଣ୍ଡ, ପଞ୍ଜାବ, ତାମିଲନାଡୁ, କେରଳ, ଜମ୍ମୁ ଏବଂ କଶ୍ମୀର ଭଳି ରାଜ୍ୟରେ ଟମାଟୋ ଉତ୍ପାଦନ କମିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ସଚିବ ଗିରଫ: ସହାୟକଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

ରାଞ୍ଚତ୍,୮।୫:ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲାମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକ ଜାହାଙ୍ଗୀର ଆଲାମଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ: କେରଳରେ ହାଇଆଲର୍ଟ

କୋଝିକୋଡ୍‌,୮ା୫:କେରଳରେ ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ ଖେଳାଇଛି। ଏହି ଜ୍ୱରରେ ମାଲାପ୍ପୁରମ୍‌, କୋଝିକୋଡ୍‌ ଏବଂ ଥ୍ରିଶୁର ଜିଲାର ୧୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ଏହି ରୋଗରେ...

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ...

ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର...

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଇସ୍ପାତ ଉତ୍ପାଦନକାରୀ ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ ବା ଜେଏସ୍‌ଏଲ୍‌’କୁ ନିକଟରେ ଆଉ ମାନ୍ୟତ୍ୟ ପ୍ରଦାନ...

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ...

୮୦୦ କୋଟିର ଦୁର୍ନୀତିରେ ଖାର୍ଗେଙ୍କ ଜ୍ୱାଇଁ

ବେଙ୍ଗାଲୁରୁ, ୮।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଜ୍ୱାଇଁ ତଥା ଗୁଲବର୍ଗା ଆସନରୁ ଦଳୀୟ ପ୍ରାର୍ଥୀ ରାଧାକୃଷ୍ଣ ଡୋଡ୍ଡାମଣିଙ୍କ ସମେତ ୫ ଜଣଙ୍କ ବିରୋଧରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri