Posted inରାଜ୍ୟ

ମୋଦିଙ୍କ ଜନ୍ମଦିନ ଲାଗି ସେବା ସପ୍ତାହ ପାଳନ କରିବ ଭାଜପା

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଆସନ୍ତା ୧୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ସପ୍ତାହକୁ ଭାଜପା ପକ୍ଷରୁ ଦେଶବ୍ୟାପୀ ସେବା ସପ୍ତାହ ଭାବେ ପାଳନ କରାଯିବ । ଏହି ସପ୍ତାହରେ ଭାଜପା କାର୍ଯ୍ୟକର୍ତ୍ତାମାନେ ବିଭିନ୍ନ ପ୍ରକାର ସେବାକାର୍ଯ୍ୟ କରି ପ୍ରଧାନମନ୍ତ୍ରୀଙ୍କ ନିରାମୟ ଓ ଦୀର୍ଘଜୀବନ କାମନା କରିଥାନ୍ତି । ଚଳିତ ବର୍ଷ ପ୍ରଧାନମନ୍ତ୍ରୀଙ୍କ ୭୦ତମ ଜନ୍ମଦିବସ ହୋଇଥିବାରୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ୧୪ରୁ୨୦ ପର୍ଯ୍ୟନ୍ତ ଦେଶବ୍ୟାପୀ ବିଭିନ୍ନ ପ୍ରକାର ସେବା କାର୍ଯ୍ୟ ଅନୁଷ୍ଠିତ ହେବ ।

ସେବା ସପ୍ତାହର ପ୍ରଥମ ଦିନ କାର୍ଯ୍ୟକର୍ତ୍ତାମାନେ ରାଜ୍ୟର ପ୍ରତ୍ୟେକ ବୁଥ୍‌ରେ ୭୦ ଲେଖା ବୃକ୍ଷରୋପଣ କରିବା ସହ ପର୍ଯ୍ୟାବରଣର ସୁରକ୍ଷା ପାଇଁ ସଂକଳ୍ପ ନେବେ । ଦ୍ୱିତୀୟ ଦିନ ୧୫ତାରିଖରେ ପ୍ରତ୍ୟେକ ବିଧାନସଭା କ୍ଷେତ୍ରରେ ୭୦ଜଣ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ଓ ଉପକରଣ ଏବଂ ୭୦ ଜଣ ଗରିବ ଭଉଣୀଭାଇଙ୍କୁ ଆବଶ୍ୟକତା ଅନୁଯାୟୀ ମାଗଣା ଚଷମା ପ୍ରଦାନ କରାଯିବ । ଏହାସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କରାଯାଇଥିବା ବିଭିନ୍ନ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଓ ବ୍ୟକ୍ତିତ୍ୱ ସମ୍ବନ୍ଧିତ ୭୦ଟି ଭିନ୍ନ ଭିନ୍ନ ଭିଡିଓ/ଫଟୋଚିତ୍ର ପ୍ରଦର୍ଶନୀ ସୋସିଆଲ ମିଡିଆ ଜରିଆରେ ଅନୁଷ୍ଠିତ ହେବ। ୧୬ତାରିଖରେ ରାଜ୍ୟର ସମସ୍ତ ମଣ୍ଡଳର ୨ଟି ଗରିବ ବସ୍ତି ଓ ଡାକ୍ତରଖାନାରେ ଫଳ ବଣ୍ଟନ କରାଯିବ । ୧୭ରେ ରାଜ୍ୟର ୭୦ ସ୍ଥାନରେ ରକ୍ତଦାନ ଶିବିର ଆୟୋଜନ କରାଯିବ ।

ଆବଶ୍ୟକତା ଅନୁଯାୟୀ ଓ ଡାକ୍ତରଖାନା ମାଧ୍ୟମରେ ୭୦ଜଣଙ୍କୁ ପ୍ଲାଜ୍‌ମା ଦାନ କରାଯିବ । ୧୮ ଓ ୧୯ ତାରିଖରେ ମୋଦିଙ୍କ ବ୍ୟକ୍ତିତ୍ୱ ଓ ନେତୃତ୍ୱକୁ ନେଇ ୱେବିନାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ୨ଟି ସ୍ଥାନରେ ଭର୍ଚୁଆଲ ମିଟିଂର ଆୟୋଜନ କରାଯିବ । ଏହି ମିଟିଂରେ ସମାଜର ପ୍ରମୁଖ ବୁଦ୍ଧିଜୀବୀ ଓ ନାଗରିକମାନେ ଯୋଗଦେବେ । ୨୦ ତାରିଖରେ ପ୍ରତ୍ୟେକ ଜିଲାର ୭୦ ଗ୍ରାମରେ ସ୍ବଚ୍ଛତା ଅଭିଯାନ କରାଯିବା ସହ ବ୍ୟବହୃତ ପ୍ଲାଷ୍ଟିକ (ସିଙ୍ଗଲ ୟୁଜ୍‌ଡ ପ୍ଲାଷ୍ଟିକ) ବର୍ଜନ ପାଇଁ କାର୍ଯ୍ୟକର୍ତ୍ତାମାନେ ସଂକଳ୍ପ ନେବେ । ଏହି କାର୍ଯ୍ୟକ୍ରମରେ ସମସ୍ତ ଏମ୍‌ପି, ବିଧାୟକ, ଜିଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ସମସ୍ତ ନିର୍ବାଚିତ ଜନ ପ୍ରତିନିଧିଙ୍କ ସହ ପଦାଧିକାରୀ ଓ କାର୍ଯ୍ୟକର୍ତ୍ତାମାନେ କୋଭିଡ୍‌-୧୯ ନୀତିନିୟମକୁ ମାନି ଭାଗନେବାକୁ ରାଜ୍ୟ ସଭାପତି ସମୀର ମହାନ୍ତି ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri