Posted inଖେଳ

ସଚିନ ତେନ୍ଦୁଲକରଙ୍କୁ ସ୍ବପ୍ନରେ ଦେଖୁଥିଲେ ଏହି ମହାନ ଖେଳାଳି

ଅଷ୍ଟ୍ରେଲିଆର ମହାନ୍‌ ବୋଲର୍‌ ସେନ୍‌ ଓ୍ବାର୍ଣ୍ଣ ୫୧ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୯ ସେପ୍ଟେମ୍ବର ୧୩ ତାରିଖରେ ଅଷ୍ଟ୍ରେଲିଆର ଭିକ୍ଟୋରିଆରେ ସେ ଜନ୍ମଗ୍ରହଣ କରିଥିଲେ। ବିଶ୍ୱର ସର୍ବଶ୍ରେଷ୍ଠ ସ୍ପିନରଙ୍କ ମଧ୍ୟରେ ଜଣାଶୁଣା ଓ୍ବାର୍ଣ୍ଣ ଶ୍ରୀଲଙ୍କାର କିମ୍ବଦନ୍ତୀ ବୋଲର୍‌ ମୁଥିଆ ମୁରଲିଧରନ୍‌ଙ୍କ ସହ ଅନ୍ତର୍ଜାତୀୟ କ୍ରିକେଟରେ ୧ ହଜାରରୁ ଊର୍ଦ୍ଧ୍ୱ ଉଇକେଟ୍‌ ନେଇଛନ୍ତି। ୧୯୯୨ରେ ଓ୍ବାର୍ଣ୍ଣ ଭାରତ ବିପକ୍ଷରେ ସିଡନୀରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ସାରଜାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା କୋକାକୋଲା କପ୍‌ର ଦୁଇଟି ଲିଗ୍‌ ମ୍ୟାଚ୍‌ରେ ସଚିନ ତେନ୍ଦୁଲକର ଯଥାକ୍ରମେ ୧୪୩ ଏବଂ ୧୩୪ରନର ପାଳି ଖେଳିଥିଲେ। ଏହି ଦୁଇଟି ମ୍ୟାଚ୍‌ରେ ଓ୍ବାର୍ଣ୍ଣଙ୍କୁ ପ୍ରବଳ ପ୍ରହାର କରିଥିଲେ ସଚିନ। ମ୍ୟାଚ୍‌ ପରେ ଓ୍ବାର୍ଣ୍ଣ କହିଥିଲେ, ସ୍ବପ୍ନରେ ବି ମୁଁ ସଚିନଙ୍କ ଛକା, ଚୌକା ଦେଖୁଛି। ସୂଚନାଯୋଗ୍ୟ, ଓ୍ବାର୍ଣ୍ଣ ୧୪୫ଟି ଟେଷ୍ଟ ଖେଳି ୭୦୮ଟି ଉଇକେଟ ନେଇଥିଲେ। ଟେଷ୍ଟରେ ୭୦୦ ଉଇକେଟ୍‌ ନେବାରେ ସେ ପ୍ରଥମ ଖେଳାଳି ହୋଇପାରିଥିଲେ। ସେହିପରି ୧୯୪ଟି ଏକଦିବସୀୟ ମ୍ୟାଚ୍‌ ଖେଳି ୨୯୩ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri