Posted inଜାତୀୟ

ନୀତୀଶଙ୍କ ଭୟ: ୬ ଥର ମୁଖ୍ୟମନ୍ତ୍ରୀ ହୋଇ ବି ୧୬ ବର୍ଷଧରି ଲଢ଼ି ନାହାନ୍ତି ନିର୍ବାଚନ

ପାଟନା, ୧୫।୯: ଆଗକୁ ବିହାରରେ ବିଧାନସଭା ନିର୍ବାଚନ ହେବ। ଏନେଇ ରାଜ୍ୟରେ ରାଜନୈତିକ ସ୍ଥିତି ବେଶ୍‌ ଚଳଚଞ୍ଚଳ ହେବାରେ ଲାଗିଛି। ଜେଡିୟୁ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟର ବିକାଶ ପାଇଁ କହୁ କାର୍ଯ୍ୟ କରିଥିବା କହୁଛନ୍ତି। ତେବେ ବିଧାନସଭା ନିର୍ବାଚନ ଲଢ଼ିବାରେ ତାଙ୍କ ମନରେ ଭାରି ଭୟ ରହିଥିବା ନେଇ ରାଜନୈତିକ ମହଲରେ ବେଶ୍‌ ଚର୍ଚ୍ଚା ହେଉଛି। ନୀତୀଶ ୬ ଥର ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ତେବେ ଗତ ୧୬ ବର୍ଷ ଧରି ସେ ବିଧାନସଭା ନିର୍ବାଚନ ଲଢ଼ି ନାହାନ୍ତି। ବିଧାନ ପରିଷଦ ସଦସ୍ୟଭାବେ ସେ ୨୦୦୪ରୁ ବର୍ତ୍ତମାନ ପର୍ଯ୍ୟନ୍ତ ରହିଆସିଛନ୍ତି। ୧୯୮୫ରେ ପ୍ରଥମଥର ସେ ହରନୌମ ବିଧାନସଭା ଆସନରୁ ବିଜୟୀ ହୋଇ ବିଧାୟକ ହୋଇଥିଲେ। ଏହାପରେ ସେ ୧୯୯୧, ୧୯୯୬, ୧୯୯୮,୧୯୯୯ ଏବଂ ୨୦୦୪ ଲୋକ ସଭା ନିର୍ବାଚନରେ ବିଜୟୀ ମଧ୍ୟ ହୋଇଛନ୍ତି। ଶେଷଥର ପାଇଁ ୨୦୦୪ରେ ସେ ନାଳନ୍ଦା ଲୋକ ସଭା ଆସନରୁ ବିଜୟୀ ହୋଇଥିଲେ। ତେବେ ଏହାପରେ ସେ ଲୋକ ସଭା ଅବା ବିଧାନସଭା କୌଣସି ନିର୍ବାଚନ ଲଢ଼ି ନାହାନ୍ତି। ରାଜ୍ୟର ଜନତା ତାଙ୍କୁ କେତେ ପସନ୍ଦ କରୁଛନ୍ତି ତାହା ପ୍ରାୟତଃ ଭୋଟ ଦ୍ୱାରା ଜଣାପଡ଼ିଥାଏ। ମାତ୍ର ନୀତୀଶ ଏଥିରୁ ଓହରି ବିଧାନପରିଷଦରୁ ନିର୍ବାଚିତ ହେବାକୁ ସୁରକ୍ଷିତ ମଣୁଥିବା ଚର୍ଚ୍ଚା ହେଉଛି। ୨୦୦୦ରେ ମାର୍ଚ୍ଚ ୩ରେ ସେ ବିହାରର ମୁଖ୍ୟମନ୍ତ୍ରୀ ହୋଇଥିଲେ ତେବେ ୭ ଦିନ ପରେ ମାର୍ଚ୍ଚ ୧୦ରେ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ସେ ୨୦୦୫ ନଭେମ୍ବର ୨୪ରୁ ୨୦୧୦ ନଭେମ୍ବର ୨୪, ୨୦୧୦ ନଭେମ୍ବର ୨୫ରୁ ୨୦୧୪ ମେ ୧୯, ୨୦୧୫ ଫେବୃୟାରୀ ୨୨ରୁ ୨୦୧୫ ନଭେମ୍ବର ୧୯, ୨୦୧୫ ନଭେମ୍ବର ୨୦ରୁ ୨୦୧୭ ଜୁଲାଇ ୨୬ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ହୋଇଥିଲେ। ପରେ ୨୦୧୭ ଜୁଲାଇ ୨୭ରୁ ବର୍ତ୍ତମାନ ପର୍ଯ୍ୟନ୍ତ ସେ ରାଜ୍ୟର ଶାସନ ଡୋରି ଧରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri