Posted inଖେଳ

ପରିବାର ପୋଷିବା ପାଇଁ ଜୀବନକୁ ବାଜି ଲଗାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର

ନ୍ୟୁଜିଲ୍ୟାଣ୍ଡର ପୂର୍ବତନ ଓପନର୍‌ ନାଥାନ ଆଷ୍ଟଲେ ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୧, ସେପ୍ଟେମ୍ବର ୧୫ରେ ଖ୍ରୀଷ୍ଟଚର୍ଚ୍ଚରେ ଜନ୍ମଗ୍ରହଣ କରିଥିବା ନାଥାନ ନ୍ୟୁଜିଲାଣ୍ଡକୁ ଅନେକ ମ୍ୟାଚ ଜିତାଇଥିଲେ। କିନ୍ତୁ ଆଜି ସେ କ୍ରିକେଟ ଛାଡି ପରିବାର ପୋଷିବା ପାଇଁ ଏକ ଭିନ୍ନ ଖେଳ ବାଛିଛନ୍ତି। ସାଧାରଣତଃ କ୍ରିକେଟରୁ ଅବସର ନେବା ପରେ କ୍ରିକେଟରମାନେ ସେମାନଙ୍କ ଏକାଡେମୀ ଖୋଲନ୍ତି କିମ୍ବା କୋଚିଂ, ଅମ୍ପାୟାର୍‌ ଏବଂ କମେଣ୍ଟ୍ରି କରୁଥିବା ନଜର ଆସନ୍ତି। କିନ୍ତୁ ନାଥନ ଆଷ୍ଟଲେ ଅବସର ପରେ ଏକ କାର୍‌ ରେସର୍‌ ହୋଇଥିଲେ। ଏହା ଏବେ ଆଷ୍ଟଲେ ରୋଜଗାରର ମାଧ୍ୟମ। କାର୍‌ ରେସିଂ ସମୟରେ ସେ ଅନେକଥର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। କିନ୍ତୁ ଜୀବନକୁ ବାଜି ଲଗାଇ ସେ କାର୍‌ ରେସିଂ କରୁଛନ୍ତି।
ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ଆଷ୍ଟଲେ ନିଜ କ୍ୟାରିୟରରେ ୩୭ଟି ଟେଷ୍ଟ ମ୍ୟାଚ ଖେଳି ୪୭୦୨ ରନ ସ୍କୋର କରିଥିଲେ। ଏଥିରେ ୧୧ଟି ଶତକ ସାମିଲ ଥିଲା। ସେହିପରି ୨୨୩ଟି ଏକଦିବସୀୟ ମ୍ୟାଚ୍‌ରେ ୭୦୯୦ ରନ ସ୍କୋର କରିଥିଲେ। ଏକଦିବସୀୟରେ ସେ ୧୬ଟି ଶତକ ହାସଲ କରିଥିଲେ। ଆଷ୍ଟଲେ ମଧ୍ୟ ଜଣେ ଭଲ ବୋଲର ଥିଲେ ଏବଂ ସେ ଟେଷ୍ଟରେ ୫୧ଟି ଉଇକେଟ୍‌ ଏବଂ ଏକଦିବସୀୟରେ ୯୯ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri