ଜେଲ୍‌ରୁ ବାହାରି ଶୋଭାଯାତ୍ରାରେ ଯିବା ମହଙ୍ଗା ପଡ଼ିଲା: ୪ ଗିରଫ

ଭୁବନେଶ୍ୱର,୧୫।୯ (ବ୍ୟୁରୋ)ଏୟାରଫିଲ୍ଡ ଥାନାଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ଅମରେଶ ନାୟକ ହତ୍ୟା ମାମଲାରେ ୪ ଅଭିଯୁକ୍ତଙ୍କୁ ଜାମିନ ମିଳିବା ପରେ ଗତ ଗୁରୁବାର ଝାରପଡ଼ା ଜେଲରୁ ମୁକୁଳିଥିଲେ। ବିନା ପୋଲିସ ଅନୁମତି ତଥା କୋଭିଡ୍‌ ନିୟମକୁ ଉଲ୍ଲଂଘନ କରି ସେମାନେ ବାଇକ୍‌ ଶୋଭାଯାତ୍ରା କରିଥିଲେ। ଏନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ଏୟାରଫିଲ୍ଡ ଥାନା ପୋଲିସ ୪ଜଣଙ୍କୁ ଗିରଫ କରିବା ସହ ୩ ବାଇକ୍‌ ଏବଂ ଗୋଟିଏ ଜିପ୍‌ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୁନ୍ଦରପଦାର କାଶୀନାଥ ବାରିକ, ରୋଶନ ଜେନା, ଜ୍ଞାନରଞ୍ଜନ ବଡ଼ଜେନା ଓ ଚିତ୍ତରଞ୍ଜନ ପ୍ରଧାନ। ଏନେଇ ଥାନାରେ ଏକ ମାମଲା (ନଂ.୧୭୮/୨୦)ରୁଜୁ କରିଛି। ହେଲେ ଜାମିନରେ ଆସିଥିବା ୪ଅଭିଯୁକ୍ତଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ। ଅମରେଶ ହତ୍ୟା ମାମଲାରେ ପୋଲିସର ଦୁର୍ବଳ ତଦନ୍ତ ଏବଂ ଅଭିଯୁକ୍ତମାନଙ୍କୁ ଅନୁକମ୍ପା ଦେଖାଇ କୋହଳ ଚାର୍ଜଶିଟ୍‌ କୋର୍ଟରେ ଦାଖଲ କରିଥିଲେ। ଫଳରେ ୪ ଅଭିଯୁକ୍ତ ଜାମିନ ପାଇଥିଲେ। ପୋଲିସ ଜାଣିଶୁଣି ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ବଦଳାଇବା ପାଇଁ ଚାପ ପକାଇଥିବା ଅମରେଶଙ୍କ ପରିବାର ଏବଂ ସାଙ୍ଗମାନେ କହିଛନ୍ତି। ଏନେଇ ଡିସିପି ଡା.ଉମାଶଙ୍କର ଦାଶ କହିଛନ୍ତି, ପ୍ରଥମେ କୋର୍ଟଙ୍କ ଜାମିନ ଅର୍ଡରକୁ ପରଖିବୁ। କେଉଁ ଗ୍ରାଉଣ୍ଡରେ କୋର୍ଟ ଜାମିନ ଦେଲେ ତାହା ଦେଖିବା ପରେ ଆଇନ ବିଭାଗର ପରାମର୍ଶ ନେବୁ। ଯଦି ଆଇନରେ ସେଭଳି କିଛି ବାଟ ଥିବ ତେବେ ସେହି ଅନୁସାରେ ଅଭିଯୁକ୍ତମାନଙ୍କୁ ଜାମିନ ଖାରଜ ପାଇଁ କୋର୍ଟଙ୍କୁ ପ୍ରାର୍ଥନା କରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri